February 23, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ନୂଆ ବର୍ଷକୁ ସ୍ୱାଗତ କରିଛନ୍ତି ବିଶ୍ୱବାସୀ

ନୂଆ ବର୍ଷକୁ ସ୍ୱାଗତ କରିଛନ୍ତି ବିଶ୍ୱବାସୀ । ୨୦୨୪କୁ ବିଦାୟ ଦେଇ ୨୦୨୫ କୁ ଧୁମଧାମରେ ସ୍ଵାଗତ କରିଛନ୍ତି। ପୁରଠୁ ପଲ୍ଲୀ ସବୁଠି ଉତ୍ସବର ମାହୋଲ । ରଙ୍ଗୀନ ଆଲୋକରେ ସଜେଇ ହୋଇଛି ରାଷ୍ଟ୍ରପତି ଭବନ, ସଂସଦର ସାଉଥ ବ୍ଲକ । ସେହିପରି ଦିଲ୍ଲୀର ବିଜୟ ଚୌକ ତ୍ରିରଙ୍ଗା ରଙ୍ଗରେ ରଙ୍ଗେଇ ହୋଇଛି । ଚିକମିକ ଲାଇଟର ଆଲୋକ ମାଳାରେ ଝଲସୁଛି ଦିଲ୍ଲୀ ।

ନୂଆ ବର୍ଷକୁ ନୂଆ ଢଙ୍ଗରେ ସ୍ୱାଗତ କରିବା ପାଇଁ ସହରର ଲୋକେ ବିଭିନ୍ନ ସ୍ଥାନରେ ଏକାଠି ହୋଇଛନ୍ତି । ଜିରୋ ନାଇଟ୍ଚେ ସେଲିବ୍ରେସନ ଠିକ୍ନ୍ନା ରାତି 12 ରେ ନୂଆ ବର୍ଷକୁ ସ୍ଵାଗତ କରିଛନ୍ତି। ହୋଟେଲ, ବାର, ପବ ଓ ରେଷ୍ଟୁରାଂଟରେ ପ୍ରବଳ ଭିଡ ଦେଖିବାକୁ ମିଳିଥିଲା । ଡିଜେର ତାଳେ ତାଳେ ନୃତ୍ୟ ଗୀତରେ ଝୁମଛନ୍ତି ଲୋକେ । ଶୃଙ୍ଖଳିତ ଓ ସୁରକ୍ଷିତ ଭାବେ ନୂଆ ବର୍ଷ ପାଳନ କରିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟପକ ପ୍ରସ୍ତୁତି କରାଯାଇଥିଲା । ରାଜଧାନୀରେ ୧୪ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଥିଲା । ଭୁବନେଶ୍ୱର, କଟକ, ପୁରୀ ସମେତ ବଡ ବଡ଼ ସହରରେ ଧୁମଧାମରେ ଜିରୋ ନାଇଟ ସେଲିବ୍ରେସନ ହୋଇଛି । ନୂଆ ବର୍ଷରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ଲମ୍ବା ଲାଇନ ଲାଗିଛି। ମହାପ୍ରଭୁଙ୍କ ଦର୍ଶନ କରି ନୂଆ ବର୍ଷର ଆରମ୍ଭ କରିବାକୁ ଶ୍ରୀକ୍ଷେତ୍ରକୁ ଧାଇଁ ଆସିଛନ୍ତି ଶ୍ରଦ୍ଧାଳୁ।

ମୋ ଟିଭି ଓଡିଶା, ଭୁବନେଶ୍ୱର

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।