January 7, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଜାନୁଆରୀ ୬ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ

ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା

ଭୁବନେଶ୍ୱର ତା-୦୨.୦୧.୨୦୨୫ 

          ଆସନ୍ତା ଜାନୁଆରୀ ୬ ତାରିଖ(ସୋମବାର)ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି  ବନ୍ଦ ରହିବ । ମୁଖ୍ୟମନ୍ତ୍ରୀଙ୍କ ଅନ୍ୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ଥିବାରୁ ଜାନୁଆରୀ ୬ ତାରିଖରେ ଭୁବନେଶ୍ଵର,                 ୟୁନିଟ-୫ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନ ଶୁଣାଣି  ବନ୍ଦ ରହିବ । ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ସମ୍ବାଦପତ୍ର ତଥା ଅନ୍ୟ ଗଣମାଧ୍ୟମ  ଜରିଆରେ ଜଣାଇ ଦିଆଯିବ ବୋଲି ଏ ସମ୍ପର୍କରେ ରାଜ୍ୟ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । 

Latest news