ନୟାଗଡ଼ ଶରଣକୂଳରୁ ୩ ଜଣଙ୍କୁ ଗିରଫ କଲା ସ୍ପେଶାଲ ସ୍କ୍ବାଡ୍। ଗିରଫ ଅଭିଯୁକ୍ତମାନେ କେଦାରପଲ୍ଲୀ ନିବାସୀ। ଏମାନେ ପୂର୍ବରୁ ଜେଲ୍ ଯାଇଥିଲେ। ଏହି ହତ୍ୟା କାଣ୍ଡ ଯୋଜନାବଦ୍ଧ ଥିଲା ବୋଲି ଜଣାପଡ଼ିଛି। ସୂଚନା ଅନୁସାରେ, ଆଜି ସକାଳୁ ରାଜଧାନୀ ଭୁବନେଶ୍ବରର ଜନଗହଳିପୂର୍ଣ୍ଣ ରସୁଲଗଡ଼ରୁ ବାଣୀବିହାର ମେନ ରୋଡ୍ରେ ହୋଇଥିଲା ବିଭତ୍ସ ହତ୍ୟାକାଣ୍ଡ। କେଦାରପଲ୍ଲୀ ଅଞ୍ଚଳର ସହଦେବ ନାୟକ ନାମକ ଜଣେ ଯୁବକଙ୍କୁ ଧାରୁଆ ଅସ୍ତ୍ରରେ ଦୁର୍ବୃତ୍ତ ହାଣିଦେଇଥିଲେ। ଦୁର୍ବୃତ୍ତ ଯୁବକଙ୍କ ମୁଣ୍ଡ କାଟି ଦେଇଥିବାବେଳେ ବେକ ଓ ଗୋଡ଼ ମଧ୍ୟ ଆଘାତ ଲାଗିଥିଲା। ତାଙ୍କ ବେକ ଓ ଗୋଡ଼ରେ ଗଭୀର ଆଘାତ ଲାଗିଥିଲା। ମୃତଦେହ ନିକଟରେ ଏକ ସ୍କୁଟି ପଡ଼ିଥିଲା।ମୃତ ସହଦେବ ସଫେଇ କର୍ମଚାରୀ ସଂଘର ସଭାପତି ଥିଲେ। ଆଜି ସକାଳୁ ଝିଅକୁ ସ୍କୁଲରେ ଛାଡି ସ୍କୁଟିରେ ଯାଉଥିବାବେଳେ କିଛି ଦୁର୍ବୃତ୍ତ ଖଣ୍ଡାରେ ହାଣି ତାଙ୍କୁ ବୀଭତ୍ସ ଭାବେ ହତ୍ୟା କରିଥିଲେ। ସହଦେବ ପୋଲିସ ମିତ୍ର ଭାବେ ମଧ୍ୟ କାମ କରୁଥିଲେ।ସଫେଇ କର୍ମଚାରୀ ସଂଘ ସଭାପତି ସହଦେବ ନାୟକଙ୍କ ହତ୍ୟାକାଣ୍ଡକୁ ନେଇ ତାଙ୍କ ସ୍ତ୍ରୀ ସାଂଘାତିକ ଅଭିଯୋଗ କରିଥିଲେ । ବ୍ରାଉନସୁଗାର କାରବାରକୁ ବିରୋଧ କରୁଥିବାରୁ ସ୍ବାମୀଙ୍କ ମୁଣ୍ଡ କାଟି ହତ୍ୟା କରାଯାଇଥିବା କାନ୍ଦି କାନ୍ଦି ଅଭିଯୋଗ କରିଥିଲେ ମୃତ ସହଦେବଙ୍କ ସ୍ତ୍ରୀ। ନିଜ ସାହିର ରମା ନାୟକ, ସତ୍ୟ, ଦିଲୁ ନାୟକ, ସୁସେଇ ନାୟକ ଓ ଅନ୍ୟ ଚାରି ପାଞ୍ଚ ଜଣ ମିଶିକି ହତ୍ୟା କରିଥିବା ସଂଘାତିକ ଅଭିଯୋଗ କରିଥିଲେ।
ମୋ ଟିଭି ଓଡିଶା, ଭୁବନେଶ୍ୱର
More Stories
ଭୁବନେଶ୍ବରରେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।
ଦେଶର ବିଭିନ୍ନ ତୀର୍ଥସ୍ଥାନକୁ ଗଡ଼ିବ ବସ୍।
ରାସନ କାର୍ଡକୁ ନେଇ ଆସିଲା ବଡ ଖବର ।