MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ହାତୀ ଉପରେ ବସିଲେ ମୁଖ୍ୟମନ୍ତ୍ରୀ

ବରଗଡ଼ ବିଶ୍ବ ପ୍ରସିଦ୍ଧ ଧନୁଯାତ୍ରା ମହୋତ୍ସବରେ ରବିବାର ସାମିଲ ହୋଇଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମୁଖ୍ୟମନ୍ତ୍ରୀ ବରଗଡ଼ରେ ପହଞ୍ଚିବା ପରେ କଲ୍ୟାଣ ମଣ୍ଡପରୁ ହାତୀ ପିଠିରେ ବସି କଂସ ମହାରାଜଙ୍କ ଦରବାରକୁ ଆସିଥିଲେ।

ମୁଖ୍ୟମନ୍ତ୍ରୀଙ୍କ ସହ ବିଧାୟକ ଅଶ୍ବିନୀ ଷଡଙ୍ଗୀ, ନିହାର ମହାନନ୍ଦ, ସନତ ଗଡତିଆ, ଇରାଶିଷ ଆଚାର୍ଯ୍ୟ ପ୍ରମୁଖ ଉପସ୍ଥିତ ରହିଥିଲେ। ମହୋତ୍ସବର ଦଶମ ଦିନରେ ମୁଖ୍ୟମନ୍ତ୍ରୀ ରାଜ ଅତିଥି ଭାବେ ଯୋଗଦେଇ କହିଥିଲେ, ଧନୁଯାତ୍ରା ଆମ ମାଟିର ମହକ। ଆମ ଇତିହାସର ମୁଖଶାଳା। ଏହା କେବଳ ପଶ୍ଚିମ ଓଡ଼ିଶାର ପାର୍ବଣ ନୁହେଁ, ସମଗ୍ର ଓଡ଼ିଶାର ସ୍ବାଭିମାନ। ପୂର୍ବ ସରକାର ଧନୁଯାତ୍ରାକୁ ୧୦ଲକ୍ଷ ଟଙ୍କାର ସହାୟତା ରାଶି ପ୍ରଦାନ କରୁଥିଲେ। କିନ୍ତୁ ନୂଆ ସରକାର ଚଳିତବର୍ଷ ମଥୁରାନଗରୀର ପ୍ରଜାମାନଙ୍କ ଭାବାବେଗକୁ ସମ୍ମାନ ଜଣାଇ ମହୋତ୍ସବକୁ ଭବ୍ୟ, ଆକର୍ଷିତ କରିବା ପାଇଁ ସହାୟତା ରାଶିକୁ ୧କୋଟି ଟଙ୍କାକୁ ବୃଦ୍ଧି କରିଛନ୍ତି ବୋଲି ବଡ଼ ଘୋଷଣା କରିଥିଲେ।

ଏହାସହିତ ଧନୁଯାତ୍ରାର ବ୍ୟାପକ ପ୍ରଚାର, ପ୍ରସାର ବ୍ୟାପକ କରିବାକୁ ବ୍ୟୟ ବରାଦ କରାଯିବା ସହିତ ୟୁନେସ୍କୋ ଐତିହ୍ୟ ମାନ୍ୟତା ପ୍ରଦାନ ପାଇଁ ପଦକ୍ଷେପ ନିଆଯାଉଛି। ମହୋତ୍ସବରେ ଅଭିନୟ କରୁଥିବା ୧୭୦କଳାକାରଙ୍କୁ ପ୍ରଥମଥର ପାଇଁ ୧୦ହଜାର ଟଙ୍କା ଲେଖାଏଁ ପ୍ରୋତ୍ସାହନ ରାଶି ପ୍ରଦାନ ବ୍ୟବସ୍ଥା କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ମୁଖ୍ୟମନ୍ତ୍ରୀ ଆହୁରି କହିଥିଲେ, ୧୯୪୮ ଜାନୁୟାରୀ ୧୨ତାରିଖରେ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆରମ୍ଭ ହୋଇଥିଲା। ଆଉ କଂସ ମହାରାଜଙ୍କ ନିମନ୍ତ୍ରଣକ୍ରମେ ଠିକ୍‌ ସେହି ତାରିଖରେ ରାଜ ଦରବାରରେ ଉପସ୍ଥିତି ଏକ ସୌଭାଗ୍ୟ ମୁହୂର୍ତ୍ତ।

କଳିଙ୍ଗ ରାଜ୍ୟ ତଥା ଓଡ଼ିଶା ପ୍ରଦେଶରେ ଯେଉଁ ନୂଆ ସରକାର ଗଠନ ହେଲା ସେହି ସରକାରର ନୂଆ ମନ୍ତ୍ରୀମଣ୍ଡଳର ମନ୍ତ୍ରୀ ପରିଷଦ ମଧ୍ୟ ଜୁନ୍‌ ମାସ ୧୨ତାରିଖରେ ଶପଥ ଗ୍ରହଣ କରିଥଲେ। ତାକୁ ଆଜି ଠିକ୍‌ ୭ ମାସ ପୂରିଛି ଏବଂ ଏଥିପାଇଁ ମଧ୍ୟ ନିଜକୁ ଧନ୍ୟ ମଣୁଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ମୋ ଟିଭି ଓଡିଶା, ବରଗଡ଼

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।