MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଗଜପତି ମହାରାଜଙ୍କ ପୁଷ୍ୟାଭିଷେକ ନୀତି

ପୁରୀ ଗଜପତିଙ୍କ ପୁଷ୍ୟାଭିଷେକ ଶ୍ରୀନହରରେ ପାରମ୍ପାରିକ ରୀତିନୀତିରେ ଅନୁଷ୍ଠିତ ହୋଇଛି । ଏହି ପୁଷ୍ୟାଭିଷେକରେ ଷୋଳ ଶାସନ ବ୍ରାହ୍ମଣ ପୁରୋହିତ ଗଜପତିଙ୍କୁ ଆଶୀର୍ବାଦ କରିଛନ୍ତି । ଏହି ପୁଷ୍ୟାଭିଷେକ କାର୍ଯ୍ୟ ରାଜଗୁରୁ ଦେବୀପ୍ରସାଦ, ରାଜଗୁରୁ ସୁଧାଂଶୁ ସମ୍ପାଦନ କରିଛନ୍ତି । ପରେ ଗଜପତି ଏବଂ ମହାରାଣୀଙ୍କୁ ଅଭିମନ୍ତ୍ରିତ ଜଳରେ ଅଭିଷେକ କରାଯାଇଥିଲା । ଏହାସହ ବନ୍ଦାପନା କରାଯାଇ ଗଜପତିଙ୍କୁ ପଇତାଲାଗି ଏବଂ ମହାପ୍ରସାଦ ପ୍ରଦାନ କରାଯାଇଥିଲା ।

ଏହାପରେ ଗଜପତି ତାଙ୍କ ପାରମ୍ପାରିକ ବେଶରେ ଗାଦିକୁ ବିଜେ କରିବା ପରେ ଷୋଳ ଶାସନ ବ୍ରାହ୍ମଣ ଓ ପଣ୍ଡିତମାନେ ତାଙ୍କୁ ନଡିଆ ଏବଂ ପଇତା ପ୍ରଦାନ କରିବା ସହ ଆଶୀର୍ବାଦ କରିଥିଲେ । ଏହି ପର୍ବରେ ଗଜପତି ମହାରାଜ ଦିବ୍ୟସିଂହ ଦେବ ଶ୍ରୀନହରରେ ପାରଂପରିକ ଗଜପତି ପୋଷାକରେ ସିଂହାସନରେ ବସିବା ପରେ ମନ୍ତ୍ର ସ୍ନାନ, ଅଭିସିକ୍ତ ଜଳ ଛିଞ୍ଚନ ହୋଇ ନୂଆ ପଇତା ଲାଗି ହେବା ପରେ ଅଭିଷେକ ଆରମ୍ଭ କରାଯାଇଥିଲା।

ଅଭିଷେକ ମହୋତ୍ସବ ପରେ ଶୋଳ ଶାସନରୁ ଆସିଥିବା ବ୍ରାହ୍ମଣମାନେ ଗଜପତିଙ୍କୁ ପଇତା ଦାନ କରି ଆର୍ଶୀବାଦ ପ୍ରଦାନ କରିଥିଲେ। ରାଜ ପୁରୋହିତଙ୍କ ସହ ଅନ୍ୟ ବ୍ରାହ୍ମଣ ମାନେ ମଧ୍ୟ ମନ୍ତ୍ର ଉଚ୍ଚାରଣ କରି ଏହି ଉତ୍ସବରେ ଗଜପତି ମହାରାଜାଙ୍କ ଉଜ୍ଜଳ ଭବିଷ୍ୟତ ଏବଂ ମଙ୍ଗଳ କାମନା କରିଥିଲେ। ପରେ ପରମ୍ପରା ଅନୁଯାଇ ଗଜପତିଙ୍କୁ ବ୍ରାହ୍ମଣ ମାନେ ବସ୍ତ୍ର, ଫଳ ଆଦି ପ୍ରଦାନ କରିଥିଲେ।

ମୋ ଟିଭି ଓଡିଶା, ପୁରୀ

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।