ଜାନୁଆରୀ ଶେଷ ସୁଦ୍ଧା ମିଳିବ ସୁଭଦ୍ରା ଯୋଜନା ପ୍ରଥମ କିସ୍ତିର ୪ର୍ଥ ପର୍ଯ୍ୟାୟ ଟଙ୍କା । ସୁଭଦ୍ରାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି । ଏଯାବତ ସୁଭଦ୍ରାରେ ୧୭ହଜାର ମହିଳା ପୁଣି ସାମିଲ ହୋଇଛନ୍ତି । ଅପ୍ଟ ଆଉଟ୍ ହୋଇଥିବା ୧୭ହଜାର ମହିଳା ପୁଣି ମିଶିଛନ୍ତି । ୩୧ହଜାର ଅପ୍ଟ ଆଉଟ୍ ହୋଇଥିଲେ । ବାକି ୧୪ହଜାର ମହିଳା ଅପଟ୍ ଇନ୍ ନ କରି ପାରନ୍ତି । ସେମାନେ ଆୟକର ବର୍ଗର ହୋଇଥାଇ ପାରନ୍ତି । ୨ଲକ୍ଷରୁ ଉଦ୍ଧ୍ୱର୍ କେୱାଇସି ଅପଡେଟ୍ କରିନାହାନ୍ତି । ଚତୁର୍ଥ ପର୍ଯ୍ୟାୟ ପୂର୍ବରୁ କେୱାଇସି ଅପଡେଟ କରିନିଅନ୍ତୁ । ଚତୁର୍ଥ ପର୍ୟ୍ୟାୟ ଟଙ୍କା ମିଳିବା ପରେ ମଧ୍ୟ କେୱାଇସି ଅପଡେଟ କଲେ କିମ୍ଭା ଅପ୍ଟ ଇନ କଲେ ଯୋଜନାରେ ସାମିଲ ହୋଇ ପାରିବେ ହିତାଧିକାରୀ। କେହି ବି ଜଣେ ଯୋଗ୍ୟ ହିତାଧିକାରୀଙ୍କୁ ବାଦ ଦିଆଯିବନି ବୋଲି ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା।
ମୋ ଟିଭି ଓଡିଶା, ଭୁବନେଶ୍ୱର
More Stories
ଆମପାଣି ସରକାରୀ ଏସ୍ଏସଡି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ୭୫ ତମ ବାର୍ଷିକ ଉତ୍ସବ ପାଳିତ।
୨୭ ତମ ବାର୍ଷିକ ଉତ୍ସବ ଓ ନବକୁଣ୍ଡିୟ ଗାୟତ୍ରୀ ମହାଯଜ୍ଞ ଉଦଯାପିତ : ଶତାଧିକ ଗାୟତ୍ରୀ ଭକ୍ତଙ୍କ ସମାଗମ
କୃଷି ଓ ମୃତ୍ତିକା ସମ୍ପର୍କରେ ସଚେତନତା ଓ ତାଲିମ ଶିବିର ଅନୁଷ୍ଠିତ।