ନୟାଗଡ଼ ଜିଲ୍ଲାରେ ଲିଥିୟମ ଥିବା ମିଳିଲା ସଙ୍କେତ। ଜିଓଲୋଜିକାଲ ସର୍ଭେ ଅଫ୍ ଇଣ୍ଡିଆକୁ ଏନେଇ ସଂକେତ ମିଳିଥିବା ସୂଚନା ଦେଇଛନ୍ତି ଜିଏସଆଇ ଓଡ଼ିଶା ଉପମହାନିର୍ଦ୍ଦେଶକ ପଙ୍କଜ କୁମାର । ଲିଥିୟମ୍ , କପର ଭଳି କ୍ରିଟିକାଲ ମିନେରାଲ ଖୋଜା ଉପରେ ଗୁରୁତ୍ବ ଦେଉଛନ୍ତି ଭାରତ ସରକାର । ଓଡ଼ିଶାରେ ମଧ୍ୟ ଲିଥିୟମ ଖୋଜୁଛି ଜିଓଲଜିକାଲ ସର୍ଭେ ଅଫ୍ ଇଣ୍ଡିଆ ।
ନୟାଗଡ଼ ଜିଲ୍ଲାର ମାଟି ତଳେ ଲିଥିୟମ ଥିବା ସଙ୍କେତ ପାଇଛି GSI । AI କହିବ କେଉଁଠି ଅଛି କେଉଁ ଖଣି । ମାଟି ତଳେ ଥିବା ପ୍ରାକୃତିକ ସମ୍ପଦ ଖୋଜିବା ପାଇଁ ବ୍ୟବହାର ହେଉଛି ନୂଆ ଟେକ୍ନୋଲୋଜି । ଡ୍ରୋନ ଜରିଆରେ ଖଣିଜ ସଂପଦ ଖୋଜିବାକୁ ଓଡ଼ିଶାର ମୟୂରଭଞ୍ଜ ଜିଲ୍ଲାରେ ଆରମ୍ଭ ହୋଇଛି ପାଇଲଟ୍ ପ୍ରକଳ୍ପ । ଦୀର୍ଘ ବର୍ଷ ଧରି ବନ୍ଦ ଥିବା କନ୍ଧମାଳ, ମାଲକାନଗିରି ଭଳି ଜିଲ୍ଲାରେ ବି ଜୋର୍ ଧରିବ ଖଣିଜ ସର୍ଭେ ।
କୋଣାର୍କରେ ହେବାକୁ ଥିବା ଦୁଇ ଦିନିଆ ଖଣି ମନ୍ତ୍ରୀ ସମ୍ମିଳନୀ ପୂର୍ବରୁ ଭୁବନେଶ୍ୱରରେ ଆରମ୍ଭ ହୋଇଛି GSIର ବୋର୍ଡ ବୈଠକ । ସବୁ ରାଜ୍ୟର ଖଣି, GSI ଅଧିକାରୀ ମାନେ ଉପସ୍ଥିତ ଅଛନ୍ତି । ଓଡ଼ିଶାର ଖଣି ପରିଚାଳନା ସାରା ଦେଶ ପାଇଁ ମଡେଲ ହୋଇଛି । ପ୍ରାୟ ୫୦ ଭାଗ ଖଣିଜ ଯୋଗାଇ ଦେଶର ଖଣି ରାଜଧାନୀ ଭାବେ ପରିଚିତ ଓଡ଼ିଶାରେ ଏହି ବୈଠକ ଅନେକ ଗୁରୁତ୍ବ ବହନ କରୁଛି ବୋଲି କହିଛନ୍ତି କେନ୍ଦ୍ର ଖଣି ସଚିବ ଏଲ୍ କାନ୍ତା ରାଓ ।
ମୋ ଟିଭି ଓଡିଶା, ଭୁବନେଶ୍ୱର
More Stories
ଆମପାଣି ସରକାରୀ ଏସ୍ଏସଡି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ୭୫ ତମ ବାର୍ଷିକ ଉତ୍ସବ ପାଳିତ।
୨୭ ତମ ବାର୍ଷିକ ଉତ୍ସବ ଓ ନବକୁଣ୍ଡିୟ ଗାୟତ୍ରୀ ମହାଯଜ୍ଞ ଉଦଯାପିତ : ଶତାଧିକ ଗାୟତ୍ରୀ ଭକ୍ତଙ୍କ ସମାଗମ
କୃଷି ଓ ମୃତ୍ତିକା ସମ୍ପର୍କରେ ସଚେତନତା ଓ ତାଲିମ ଶିବିର ଅନୁଷ୍ଠିତ।