February 23, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଜାନୁଆରୀ ୨୪ରୁ ହେବ ପିଏମ ଆବାସ ସର୍ଭେ ଆରମ୍ଭ ହେବ ।

ଏନେଇ ସୂଚନା ଦେଇଛନ୍ତି ପଂଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ । ୨୪ରେ ଆବାସ ପୋର୍ଟାଲର ଲଂଚ କରିବେ ରାଜ୍ୟ ସରକାର । ଉଭୟ ଅଫଲାଇନ ଏବଂ ଅନଲାଇନରେ ଆବେଦନ କରିପାରିବେ ହିତାଧିକାରୀ । ଦେଢରୁ ୨ ମାସ ପର୍ଯ୍ୟନ୍ତ ଚାଲିବ ଆବାସ ସର୍ଭେ । ପଂଚାୟତ ଗୁଡିକରେ ଅଫଲାଇନରେ ଆବେଦନ କରିପାରିବେ । କେନ୍ଦ୍ର ସରକାର ଆବାସ ସଂଖ୍ୟା ୨କୋଟିରୁ ୩ କୋଟିକୁ ବଢାଇଛନ୍ତି । ଓଡ଼ିଶାକୁ ଅଧିକ ମିଳିବା ନେଇ ଆଶା ରଖାଯାଇଛି । କେନ୍ଦ୍ର ସରକାର ନିୟମାବଳିକୁ କୋହଳ କରିଛନ୍ତି । ବାର୍ଷିକ ୧୫ହଜାର ଆୟ ଥିଲେ ବି କରିପାରିବେ ଆବେଦନ । ବାପାଠୁ ଭିନ୍ନ ହୋଇଥିବା ପୁଅ ବି ଆବେଦନ କରିପାରିବେ । ସ୍ୱାମୀ ଠାରୁ ଅଲଗା ରହୁଥିବା ମହିଳା ମଧ୍ୟ ଆବେଦନ କରିପାରିବେ । ପୂର୍ବରୁ ଆବେଦନ କରି ଅପେକ୍ଷାରେ ଥିବା ଲୋକ ବି ନୂଆ ଆବେଦନ କରିପାରିବେ। ଦୁଇ ମାସ ଭିତରେ ସର୍ଭେ ପ୍ରକି୍ରୟା ସାରିବାକୁ ସରକାରଙ୍କ ଲକ୍ଷ୍ୟ ରଖିଛନ୍ତି ।


ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ପକ୍ଷରୁ ଶୁକ୍ରବାର ସମସ୍ତ ଜିଲାପାଳମାନଙ୍କୁ ପ୍ରଧାନମନ୍ତ୍ରୀ ଆବାସ-ଗ୍ରାମୀଣ ଯୋଜନାର ସର୍ଭେ ପ୍ରକ୍ରିୟା ଆରମ୍ଭ ପାଇଁ ପରାମର୍ଶ ଦିଆଯାଇଛି । ମୋବାଇଲ ଆପ୍ଲିକେସନ ‘ଆୱାସ ପ୍ଲସ’ ମାଧ୍ୟମରେ ସାନି ସର୍ଭେ କରି ବାଦ ପଡ଼ିଥିବା ଯୋଗ୍ୟ ହିତାଧିକାରୀଙ୍କୁ ଚିହ୍ନଟ କରିବାକୁ କୁହାଯାଇଛି । ଏହି ପ୍ରକ୍ରିୟା ମାର୍ଚ୍ଚ ୩୧ତାରିଖ ପର୍ୟ୍ୟନ୍ତ ରାଜ୍ୟବ୍ୟାପୀ ଜାରି ରହିବ । ସଂଶୋଧିତ ସର୍ତ୍ତାବଳୀ ଆଧାରରେ ସାନି ସର୍ଭେରେ ଯେଭଳି କୌଣସି ଯୋଗ୍ୟ ହିତାଧିକାରୀ ବାଦ ନପଡ଼ିବେ ତାହା ସୁନିଶ୍ଚିତ କରିବାକୁ କୁହାଯାଇଛି । ରାଜ୍ୟ ସରକାରଙ୍କ ଦ୍ୱାରା ପୂର୍ବରୁ ଜାରି ଏସ୍‌ଓପିକୁ ପାଳନ କରିବାକୁ ମଧ୍ୟ ତାଗିଦ କରାଯାଇଛି । ବିଭାଗ ପକ୍ଷରୁ ନଭେମ୍ବର ୨୭ ଓ ଡିସେମ୍ବର ୨୭ତାରିଖରେ ପ୍ରଧାନମନ୍ତ୍ରୀ-ଆବାସ ଯୋଜନାକୁ ନେଇ ଏସ୍‌ଓପି ଓ ସର୍ତ୍ତାବଳୀ ଜାରି କରାଯାଇଥିଲା ।

ମୋ ଟିଭି ଓଡିଶା, ଭୁବନେଶ୍ୱର

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।