January 23, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ପୂର୍ବତନ ସେନା କର୍ମଚାରୀଙ୍କ ଜଘନ୍ୟ କାଣ୍ଡ ।

ବଚସାରୁ ସ୍ତ୍ରୀକୁ ମାରି କୁକର୍‌ରେ ରାନ୍ଧିଲା ସଇତାନ ସ୍ୱାମୀ । ସ୍ତ୍ରୀକୁ ହତ୍ୟା କରିବା ପରେ ଖଣ୍ଡଖଣ୍ଡ କାଟି ପ୍ରେସର୍‌ କୁକର୍‌ରେ ସିଝାଇ ହ୍ରଦରେ ଫିଙ୍ଗି ଦେଇଛି ସ୍ୱାମୀ। ହାଇଦ୍ରାବାଦ ମୀରପେଟ୍‌ ଥାନା ଅଞ୍ଚଳରେ ଘଟିଛି ଏଭଳି ଲୋମଟାଙ୍କୁରା ହତ୍ୟାକାଣ୍ଡ। ସୂଚନା ଅନୁସାରେ, ଆନ୍ଧ୍ରପ୍ରଦେଶ ପ୍ରକାଶମ ଜିଲ୍ଲାର ବାସିନ୍ଦା ଗୁରୁ ମୂର୍ତ୍ତି ୧୩ ବର୍ଷ ପୂର୍ବେ ଭେଙ୍କଟ ମାଧବୀଙ୍କୁ ବିବାହ କରିଥିଲେ। ଉଭୟଙ୍କର ଦୁଇଟି ସନ୍ତାନ ଅଛନ୍ତି। ପୂର୍ବରୁ ସେ ସେନାରେ କାର୍ୟ୍ୟ କରୁଥିଲେ। ସେଠାରୁ ଅବସର ନେବା ପରେ ବର୍ତ୍ତମାନ କାଞ୍ଚନବାଗ ଡିଆରଡିଓରେ ଆଉଟସୋର୍ସ ସୁରକ୍ଷା କର୍ମୀ ଭାବରେ କାର୍ୟ୍ୟ କରୁଛନ୍ତି। ସେ ପତ୍ନୀ ଭେଙ୍କଟ ମାଧବୀ ଏବଂ ଦୁଇ ପିଲାଙ୍କ ସହିତ ମୀରପେଟର ନ୍ୟୁ ଭେଙ୍କଟେଶ୍ୱର ନଗର କଲୋନୀରେ ଏକ ଭଡା ଘରେ ରହୁଥିଲେ।ଗତ କିଛି ଦିନ ଧରି ଉଭୟଙ୍କ ମଧ୍ୟରେ ବାରମ୍ବାର ଝଗଡ଼ା ଲାଗୁଥିଲା। ଜାନୁଆରୀ ୧୮ ତାରିଖରେ ମାଧବୀ ହଠାତ୍ ନିଖୋଜ ହୋଇଗଲେ ଏବଂ ମୂର୍ତ୍ତି ତାଙ୍କ ପରିବାର ସଦସ୍ୟଙ୍କୁ ଏ ବିଷୟରେ ଜଣାଇଥିଲେ।

ପରିବାର ଲୋକଙ୍କ ସହ ସେ ନିଜେ ମୀରପେଟ୍ ପୋଲିସ ଷ୍ଟେସନରେ ମାଧବୀ ନିଖୋଜ ଥିବାନେଇ ଅଭିଯୋଗ କରିଥିଲେ। ମୂର୍ତ୍ତି ତାଙ୍କ ଶ୍ୱଶୁର ଘର ଲୋକଙ୍କ ସହିତ ପୋଲିସ ଷ୍ଟେସନକୁ ଅଭିଯୋଗ କରିବାକୁ ଯାଇଥିଲେ । ସେଠାରେ ଏପରି ଅଭିନୟ କରିଥିଲେ ଯେପରି ସେ ତାଙ୍କ ସ୍ତ୍ରୀଙ୍କ ବିଷୟରେ କିଛି ଜାଣି ନାହାଁନ୍ତି। ପୋଲିସ ଘଟଣାର ତଦନ୍ତ କଲା। ସନ୍ଦେହ ହେବାରୁ ଅଧିକ ପଚରାଉଚରା ପାଇଁ ସ୍ୱାମୀଙ୍କୁ ଅଟକ ରଖା ଯାଇଥିଲା। ଶେଷରେ ସତ ମାନିଥିଲା ସ୍ୱାମୀ। ସ୍ତ୍ରୀଙ୍କୁ ହତ୍ୟା କରିଥିବା ପୋଲିସ ଆଗରେ ସ୍ୱୀକାର କରିଥିଲା। ସେ ମୃତଦେହକୁ ଖଣ୍ଡ ଖଣ୍ଡ କରି କାଟିବା ପରେ ଏହାକୁ ପ୍ରେସର କୁକରରେ ରାନ୍ଧିଥିଲେ। ଅବିଶିଷ୍ଟ ଅଂଶ ଜିଲ୍ଲାଲଗୁଡ଼ାର ଚନ୍ଦନ ହ୍ରଦରେ ଫିଙ୍ଗି ଦେଇଥିବା କହିଥିଲେ। ପୋଲିସ ଏହି ଘଟଣାରେ ମୂର୍ତ୍ତିଙ୍କୁ ଗିରଫ କରି ଅଧିକ ତଦନ୍ତ ଚଳାଇଛି।

ବ୍ୟୁରୋ ରିପୋର୍ଟ : ମୋ ଟିଭି ଓଡିଶା

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।