MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଅଜଣା ଗାଡି ଧକ୍କାରେ ଜଣେ ଶିଶୁଙ୍କ ମୃତ୍ୟୁ

କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ଥାନା ଅଞ୍ଚଳରେ ଏକ ଅଜଣା ଗାଡି ଧକ୍କାରେ ଜଣେ ଶିଶୁଙ୍କ ମୃତ୍ୟୁ ଘଟିଛି।


ବାଲିଗୁଡା, (ମୋ ଟିଭି ଓଡିଶା/ସଞ୍ଜୟ କୁମାର ପାଣିଗ୍ରାହୀ):

କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ଥାନା ଅଞ୍ଚଳରେ ଏକ ଅଜଣା ଗାଡି ଧକ୍କାରେ ଜଣେ ଶିଶୁଙ୍କ ମୃତ୍ୟୁ ଘଟିଛି।

ମୃତକ ହେଲେ ଉକ୍ତ ଥାନା ଟେକାବାଡି ଅଞ୍ଚଳର ଆପିନ ପ୍ରଧାନଙ୍କ ୩ ବର୍ଷର ପୁଅ ଲିଭିଷ୍ଟାନ। ସୂଚନାନୁଯାୟୀ, ବୁଧବାର ଅପରାହ୍ନରେ ଲିଭିଷ୍ଟାନ ଖେଳୁଥିବା ସମୟରେ କୌଣସି ଏକ ଅଜଣା ଗାଡି ତାଙ୍କୁ ଜୋରଦାର ଧକ୍କା ଦେଇ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲା।

ଦୁର୍ଘଟଣା ଯୋଗୁ ଲିଭିଷ୍ଟାନ ବହୁ ଦୂରରେ ଛେଚି ହୋଇ ପଡିଥିଲେ। ସ୍ଥାନୀୟ ଲୋକ ଓ ପରିବାର ତାଙ୍କୁ ଗୁରୁତର ଅବସ୍ଥାରେ ଦାରିଙ୍ଗବାଡି ସ୍ବାସ୍ଥ୍ୟକେନ୍ଦ୍ର ରେ ଭର୍ତ୍ତି କରିଥିଲେ। ସେଠାରେ ତାଙ୍କ ମୃତ୍ୟୁ ହୋଇଥିଲା।

ଏନେଇ ପରିବାର ଲୋକେ ଦାରିଙ୍ଗବାଡି ଥାନାରେ ଲିଖିତ ଅଭିଯୋଗ କରିବା ପରେ ପୋଲିସ ଏକ ମାମଲା (୧୯୪ /୨୪ ) ରୁଜୁ କରି ତଦନ୍ତ ଚଳାଇଥିବା ସହ ଦୁର୍ଘଟଣା ଘଟାଇଥିବା ଅଜଣା ଗାଡି ସନ୍ଧାନରେ ପୋଲିସ ରହିଥିବା ଆଇଆଇଆସି ରମେଶ କୁମାର ପ୍ରଧାନ କହିଛନ୍ତି।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।