February 1, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଟାଙ୍ଗରପାଲି ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ

ସୁନ୍ଦରଗଡ଼(ଦେବେନ୍ଦ୍ର କୁମାର ଭିତ୍ରିଆ ) ୦୭/୧୦:

ଟାଙ୍ଗରପାଲି ବ୍ଲକ ପରିସର ରେ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲ୍ଲାପାଳ ଶ୍ରୀ ମନୋଜ ମହାଜନ ଉପସ୍ଥିତ ରହି ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗ ର ଶୁଣାଣି କରିଥିଲେ।


ଆଜି ମୋଟ ୧୦୮ ଗୋଟି ଅଭିଯୋଗ ଆସିଥିଲା। ସେଥିମଧ୍ୟରୁ ୭୬ ଗୋଟି ବ୍ୟକ୍ତିଗତ ଅଭିଯୋଗ ରହିଥିବାବେଳେ ୩୨ ଗୋଟି ସାମୁହିକ ଅଭିଯୋଗ ରହିଥିଲା। ଆଜି ଆସିଥିବା ଅଭିଯୋଗ ଗୁଡ଼ିକ ମଧ୍ୟରୁ ୪୭ ଅଭିଯୋଗ ଗୁଡ଼ିକ ର ତତ୍ କ୍ଷଣାତ ସମାଧାନ କରାଯାଇଥିଲା।

ସେଥି ମଧ୍ୟରୁ ୩୨ ଗୋଟି ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ଆର୍ଥିକ ସହାୟତା ନିମନ୍ତେ ଆବେଦନ ରହିଥିଲା ଏବଂ ୨ ଗୋଟି ରେଡକ୍ରସ ରୁ ଆର୍ଥିକ ସହାୟତା ନିମନ୍ତେ ଆବେଦନ ରହିଥିଲା।


ଆଜିର ଏହି ଯୁଗ୍ମ ଜନ ଅଭିଯୋଗ ଶୁଣାଣି ରେ ସୁନ୍ଦରଗଡ଼ ବନଖଣ୍ଡ ଅଧିକାରୀ ଶ୍ରୀ ପ୍ରଦୀପ ମୀରାସେ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଶ୍ରୀ ସୁରଞ୍ଜନ ସାହୁ, ସଦର ଉପଜିଲ୍ଲାପାଳ ଶ୍ରୀ ଦାଶରଥି ସରାବୁ, ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।