ଆଜି ତା ୩୦.୧୨..୨୦୨୪ ରିଖ ରେ ଟାଙ୍ଗୀ ବ୍ଲକ ଅନ୍ତର୍ଗତ, କମାଗୁରୁ ଗ୍ରାମ ପଞ୍ଚାୟତରେ ଜିଲ୍ଲାପାଳ ଖୋର୍ଦ୍ଧାଙ୍କ ଅଧ୍ୟକ୍ଷତାରେ ମିଳିତ ଜନ ଶୁଣାଣି ଅନୁଷ୍ଠିତ ହୋଇଯାଇଅଛି।
ମୋଟ ୩୮୦ ଗୋଟି ଆପତ୍ତି ଅଭିଯୋଗ ଦାଖଲ ହୋଇଥିବା ବେଳେ ସେଥିମଧ୍ୟରୁ ୩୬୫ଟି ଅଭିଯୋଗ ବ୍ୟକ୍ତିଗତ ଥିଲା ଓ ବାକି ୮ ଟି ବିଭିନ୍ନ ଗ୍ରାମର ସାମୁହିକ ସମସ୍ୟା ଥିଲା। ଉକ୍ତ ଅଭିଯୋଗ ମାନଙ୍କ ମଧ୍ୟରୁ ସ୍ଥଳବିଶେଷରେ ୦୪ଟି ଅଭିଯୋଗର ତତ୍କାଳ ସମାଧାନ କରାଯାଇଥିଲା । ୨ ଜଣ ହିତାଧିକାରୀଙ୍କୁ ଯଥା କ୍ରମେ ୩୦,୦୦୦/-, ୧୦,୦୦୦/- ଟଙ୍କା ଲେଖାଏ ମୂଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠି ରୁ ଆର୍ଥିକ ସହାୟତା ରାଶି ଏବଂ ଜଣଙ୍କୁ ୧୫,୦୦୦/- ଟଙ୍କା ରେଡକ୍ରସ ପାଣ୍ଠି ରୁ ଆର୍ଥିକ ସହାୟତା ରାଶି ପ୍ରଦାନ କରାଯାଇଛି ।
ଆଜିର ମିଳିତ ଜନଶୁଣାଣି ଅବସରରେ, ଅତିରିକ୍ତ ଜିଲ୍ଲାପାଳ, ପ୍ରଶାସନ, ପ୍ରତାପ ଚନ୍ଦ୍ର ବେଉରା ମୁଖ୍ୟ ଉନ୍ନୟନ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ, ଜ୍ୟୋତି ଶଙ୍କର ସାହୁ ଉପ-ଜିଲ୍ଲାପାଳ, ଖୋର୍ଦ୍ଧା ଦୀପ୍ତି ରଞ୍ଜନସେଠୀ , ସମ୍ମାନିୟା ଅଧ୍ୟକ୍ଷା, ରେଶମା ମାନ୍ଧାତା, ଟାଙ୍ଗୀ ବ୍ଲକ
ସି ଡ଼ି ଏମ୍ଓ, ଆସିଷ୍ଟାଣ୍ଟ କଲେକ୍ଟର ଓ ଅନ୍ୟ ସମସ୍ତ ବିଭାଗୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।
ମୋ ଟିଭି ଓଡିଶା, ଖୋର୍ଦ୍ଧା
More Stories
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ପରିଦର୍ଶନ
ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ
ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର।