January 9, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ହେମଗିର ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ


ସୁନ୍ଦରଗଡ଼

ସୁନ୍ଦରଗଡ଼ ( ଦେବେନ୍ଦ୍ର କୁମାର ଭିତ୍ରିଆ ) ୧୧/୧୧/୨୪:

ଆଜି ହେମଗିର ବ୍ଲକ ପରିସର ରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି।

ଏଥିରେ ଅତିରିକ୍ତ ଜିଲ୍ଲାପାଳ ( ରାଜସ୍ବ) ଶ୍ରୀ ଅଭିମନ୍ୟୁ ମାଝୀ ଉପସ୍ଥିତ ରହି ଅଭିଯୋଗ ଗୁଡ଼ିକର ଶୁଣାଣି କରିଥିଲେ l


ଆଜି ମୋଟ ୧୨୦ ଗୋଟି ଅଭିଯୋଗ ଆସିଥିଲା। ସେଥି ମଧ୍ୟରୁ ୫୬ ଗୋଟି ବ୍ୟକ୍ତିଗତ ଅଭିଯୋଗ ରହିଥିବାବେଳେ ୬୪ ଗୋଟି ସାମୁହିକ ଅଭିଯୋଗ ରହିଥିଲା। ଏହି ଅଭିଯୋଗ ଗୁଡ଼ିକ ମଧ୍ୟରୁ ୧୭ ଗୋଟି ଅଭିଯୋଗ ର ତତ୍ କ୍ଷଣାତ ସମାଧାନ କରାଯାଇଥିଲା। ସେଥିମଧ୍ୟରୁ ୫ ଗୋଟି ଆବେଦନ ରହିଥିଲା ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ଆର୍ଥିକ ସହାୟତା ନିମନ୍ତେ।


ଏହି ଅଭିଯୋଗ ଶୁଣାଣି ରେ ଜିଲ୍ଲା ପରିଷଦ ର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଶ୍ରୀ ସୁରଞ୍ଜନ ସାହୁ, ସଦର ଉପଜିଲ୍ଲାପାଳ ଶ୍ରୀ ଦାଶରଥି ସରାବୁ, ସମସ୍ତ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।

Latest news