February 3, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଆସନ୍ତା ୨୨ ତାରିଖରେ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି।

ମୋଟିଭି ଓଡିଶା : ବଙ୍ଗୋପସାଗରରେ ଦାନ ବାନ୍ଧୁଛି ଏକ ଲଘୁଚାପ। ଆସନ୍ତା ୨୨ ତାରିଖରେ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି। ପ୍ରାଥମିକ ସ୍ତରରେ ଉତ୍ତର-ପୂର୍ବ ଦିଗରେ ଗତି କରିବ। ପରବର୍ତ୍ତୀ ସମୟରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ଅଧିକ ଘନୀଭୂତ ହୋଇ ୨୪ ତାରିଖ ବେଳକୁ ଅବପାତ ରୂପ ନେବା ସମ୍ଭାବନା ରହିଛି। ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ‘ଏକ୍ସ’ରେ ଏହି ସୂଚନା ଦିଆଯାଇଛି। ଏପର୍ଯ୍ୟନ୍ତ ପାଣିପାଗ କେନ୍ଦ୍ର ପକ୍ଷରୁ କିଛି ଆକଳନ କରାଯାଇ ନାହିଁ ବୋଲି ପାଣିପାଗ କେନ୍ଦ୍ର ନିର୍ଦେଶିକା ମନୋରମା ମହାନ୍ତି କହିଛନ୍ତି।

ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି, ସମ୍ଭାବ୍ୟ ଲଘୁଚାପ ଗଭୀର ଅବପାତରେ ପରିଣତ ହୋଇପାରେ। ପରେ ଏହା ଓଡ଼ିଶା ଆଡ଼କୁ ମୁହାଁଇବାର ସମ୍ଭାବନା ରହିଛି। ଦକ୍ଷିଣ ଓଡ଼ିଶା ଏବଂ ଉପକୂଳ ଆନ୍ଧ୍ର ପ୍ରଦେଶରେ ପ୍ରବଳ ବର୍ଷା ହୋଇପାରେ। ସାମୁଦ୍ରିକ ଝଡ଼ ପାଇଁ ସମୁଦ୍ରରେ ପାଗ ଅନୁକୂଳ ରହିଛି। ଗଭୀର ଅବପାତ ସାମୁଦ୍ରିକ ଝଡ଼ର ରୂପ ନେବ କି ନାହିଁ ତାହା ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ ସ୍ପଷ୍ଟ କରାଯାଇ ପାରିବ।  ପାଣିପାଗ ବିଶେଷଜ୍ଞ ଶରତ ସାହୁ କହିଛନ୍ତି, ଲଘୁଚାପ ପ୍ରଭାବ ଓଡ଼ିଶା ଉପରେ ପଡିବ। ୨୪ ତାରିଖରୁ ଦକ୍ଷିଣ ଓଡ଼ିଶାର କିଛି ଅଞ୍ଚଳରେ ବର୍ଷା ହେବା ସମ୍ଭାବନା ଥିବାବେଳେ ୨୫ତାରିଖ ରାତିରୁ ବର୍ଷା ପରିମାଣ ବଢିବ। ୨୫ ଓ ୨୬ ତାରିଖରେ ଦୁଇଦିନ ପ୍ରବଳ ବର୍ଷା ହୋଇପାରେ। ୨୦ ଓ ୨୧ ତାରିଖରେ ରାଜ୍ୟର କିଛି ଜିଲାରେ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ସହ ବଜ୍ରପାତର ସମ୍ଭାବନା ରହିଛି l

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।