MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ କଡା ଚେତାବନୀ

ମୋ ଟିଭି ଓଡିଶା / ପୁରୀ :

ଏଣିକି ରଥରେ ମୋବାଇଲ ଫୋନ ବ୍ୟବହାର କରିପାରିବେନି ସେବାୟତ। ଠାକୁରଙ୍କ ଆଗରେ ଛିଡ଼ା ହୋଇ ଫଟୋ ବି ଉଠାଇପାରିବେ ନାହିଁ। ଶୁକ୍ରବାର ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ବରିଷ୍ଠ ଆଇଏଏସ ଅଧିକାରୀ ଡ. ଅରବିନ୍ଦ ପାଢ଼ୀ ଦାୟିତ୍ବ ନେବା ପରେ ନୀତିକାନ୍ତି ଉପରେ ଗୁରୁତ୍ବ ଦେଇଛନ୍ତି । ସଠିକ ସମୟରେ ନୀତିକାନ୍ତି ସହ ନୀତି ଶୃଙ୍ଖଳା ଉପରେ ଗୁରୁତ୍ବାରୋପ କରିଛନ୍ତି । ବିଶୃଙ୍ଖଳିତ ଆଚରଣ ପାଇଁ ନିଆଯିବ କଡା କାର୍ଯ୍ୟାନୁଷ୍ଠାନ । ରଥ ଉପରେ କିଛି ସେବାୟତ ମୋବାଇଲ ବ୍ୟବହାର କରୁଥିବା ନଜରକୁ ଆସିଛି । ଏଭଳି ବିଶୃଙ୍ଖଳିତ ଆଚରଣ ପାଇଁ କଡା କାର୍ଯ୍ୟାନୁଷ୍ଠାନ ନିଆଯିବ ।

ଯେଉଁମାନେ ଅଧିକୃତ ନୁହନ୍ତି ସେମାନେ ରଥ ଉପରେ ରହୁଛନ୍ତି ବୋଲି କହିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ । ସମସ୍ତ ନିଯୋଗ ସହ ବୈଠକ କରିବେ । ଅଣସେବାୟତଙ୍କୁ ମଧ୍ୟ ଚେତାବନୀ ଦେଇଛନ୍ତି  । ରଥ ଉପରେ ଅଣସେବାୟତ ଚଢିଲେ ନିଆଯିବ କାର୍ଯ୍ୟାନୁଷ୍ଠାନ । ତିନିଜଣିଆ କମିଟି ରିପୋର୍ଟ ଦେଲା ପରେ ପହଣ୍ଡି ବିଜେ ଅଘଟଣ ସମ୍ପର୍କରେ ତର୍ଜମା କରାଯିବ । ରଥ ଉପରେ ବିଶୃଙ୍ଖଳାକୁ ବରଦାସ୍ତ କରାଯିବନାହିଁ । ସେପଟେ ରତ୍ନଭଣ୍ଡାର ପ୍ରସଙ୍ଗରେ ମଧ୍ୟ ପ୍ରତିକ୍ରିୟା ରଖିଛନ୍ତି । ରାଜ୍ୟ ସରକାରଙ୍କ ମୋଡାଲିଟିକୁ ଅନୁପାଳନ କରାଯିବ ବୋଲି କହିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ ।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।