February 23, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ପାକିସ୍ତାନ ପୂର୍ବତନ ପ୍ରଧାନମନ୍ତ୍ରୀଙ୍କୁ ଶକ୍ତ ଝଟକା ।

ଦୁର୍ନୀତି ମାମଲାରେ ଇମ୍ରାନ ଖାନଙ୍କୁ ୧୪ ବର୍ଷ ଜେଲ । ପତ୍ନୀ ବୁଶରା ବିବିଙ୍କୁ ମଧ୍ୟ ୭ବର୍ଷ ଜେଲ ଦଣ୍ଡା ଦେଶ ଶୁଣାଇଲେ ପାକିସ୍ତାନ କୋର୍ଟ । ଅଲ କାଦିର ଟ୍ରଷ୍ଟ ସହ ଜଡିତ ଜମି ଦୁର୍ନୀତି ମାମଲା ମିଳିଛି ଦଣ୍ଡାଦେଶ । ଏଥିସହ ଇମ୍ରାନ ଖାନ ଓ ବୁଶରା ବିବିଙ୍କୁ ୧୦ଲକ୍ଷ ଏବଂ ୫ଲକ୍ଷ ଟଙ୍କା ଜରିମାନା ଲଗା ଯାଇଛି । କ୍ଷମତାର ଦୁରୂପଯୋଗ ପାଇଁ ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ୨୦୨୩ ଅଗଷ୍ଟରୁ ପାକିସ୍ତାନର ରାୱଲପିଣ୍ଡି ଜେଲରେ ବନ୍ଦୀ ଅଛନ୍ତି ଇମ୍ରନ । ୨ଶହରୁ ଅଧରକ ମାମଲାରେ ଅଭିଯୁକ୍ତ ଦର୍ଶାଯାଇ ଗିରଫ କରାଯାଇଛି । ଖାନ ତାଙ୍କ ପତ୍ନୀଙ୍କ ସହିତ ଅନ୍ୟ ୬ ଜଣଙ୍କୁ ଏହି ମାମଲାରେ ଅଭିଯୁକ୍ତ କରାଯାଇଥିଲା । ସେମାନଙ୍କ ମଧ୍ୟରୁ ଅଧିକାଂଶ ଦେଶ ବାହାରେ ଅଛନ୍ତି । ଏବେ ଆଉ ଏକ ମାମଲାରେ ଇମ୍ରାନଙ୍କୁ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି ପାକିସ୍ତାନ କୋର୍ଟ । ଜାତୀୟ ଆକାଉଣ୍ଟେବିଲିଟି ବୁ୍ୟରୋ ବା ଏନଏବି ଡିସେମ୍ବର ୨୦୨୩ରେ ଖାନ ଏବଂ ଅନ୍ୟମାନଙ୍କ ବିରୋଧରେ ଏକ ମାମଲା ରୁଜୁ କରିଥିଲା ।

ମୋ ଟିଭି ଓଡିଶା ଡେସ୍କ

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।