MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗାଁ ଦାଣ୍ଡରେ ଜଣେ ଯୁବକଙ୍କୁ ଛୁରି ଭୁସି ହତ୍ୟା

ସୁନ୍ଦରଗଡ଼, ( ଦେବେନ୍ଦ୍ର କୁମାର ଭିତ୍ରିଆ )୭।୧ ୦:

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗାଁ ଦାଣ୍ଡରେ ଜଣେ ଯୁବକଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି। ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ସୋମବାର ସୁନ୍ଦରଗଡ଼ ସଦରଥାନା ଅଧୀନ ରତନପୁର ଗ୍ରାମରେ। ମୃତ ଯୁବକ ହେଲେ ମନୋଜ ସା(୨୮)।

ଖବର ପାଇ ସଦର ଥାନା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ପୋଲିସ ଅଭିଯୁକ୍ତ ସେହି ଗ୍ରାମର ବିଜୟ ମହାନ୍ଦିଆ(୫୪)ଙ୍କୁ ଅଟକ ରଖି ଅଧିକ ପଚରାଉଚରା କରୁଛି। ଅଭିଯୁକ୍ତ ବିଜୟ ସକାଳ ପ୍ରାୟ ୮ଟା ବେଳେ ଏକ ଛୁରି ଧରି ମନୋଜଙ୍କୁ ଅତର୍କିତ ଆକ୍ରମଣ କରି ପେଟରେ ଭୁସି ଦେଇଥିଲେ।

ସ୍ଥାନୀୟ ଲୋକେ ମନୋଜଙ୍କୁ ଗୁରୁତର ଭାବେ ଉଦ୍ଧାର କରି ସୁନ୍ଦରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନେଇଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଅନ୍ୟପକ୍ଷେ ପୋଲିସ ଏକ ହତ୍ୟା ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।