February 24, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ବାର୍ଷିକ କ୍ରୀଡ଼ା ବେଳେ ଅଘଟଣ: ଉଚ୍ଚ ଡିଆଁ ଖେଳ ବେଳେ ତଳେ ପଡ଼ି ଭାଙ୍ଗିଲା ଛାତ୍ରଙ୍କ ବାମହାତ


ବାଲିଗୁଡ଼ା:(ମୋ ଟିଭି ଓଡିଶା/ସଞ୍ଜୟ କୁମାର ପାଣିଗ୍ରାହୀ):

ବିଦ୍ୟାଳୟରେ ବାର୍ଷିକ କ୍ରୀଡ଼ା ବେଳେ ଘଟିଲା ଅଘଟଣ । ଉଚ୍ଚ ଡିଆଁ ଖେଳ ବେଳେ ତଳେ ପଡ଼ି ଛାତ୍ରଙ୍କ ବାମ ହାତ ଭାଙ୍ଗିଯାଇଥିବା ଜଣାପଡ଼ିଛି । କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବ୍ଲକ୍ କଲୋନୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଘଟିଛି ଏଭଳି ଘଟଣା । ଆହତ ଛାତ୍ର ଜଣକ ସପ୍ତମ ଶ୍ରେଣୀର ଲିଙ୍କନ ନାୟକ ହୋଇଥିବା ସୂଚନା ମିଳିଛି । ଘଟଣା ପ୍ରକାରେ ବାଲିଗୁଡ଼ା ବ୍ଲକ୍ କଲୋନୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ବିଦ୍ୟାଳୟର ବାର୍ଷିକ କ୍ରୀଡ଼ା ଚାଲିଥିଲା । ଗତକାଲି ଅପରାହ୍ନରେ ଉଚ୍ଚ ଡିଆଁ ଖେଳ ଚାଲିଥିବା ବେଳେ ଛାତ୍ର ଜଣକ ଭୁଇଁରେ ପଡିଯିବାରୁ ତାଙ୍କ ବାମ ହାତରେ ଆଘାତ ଲାଗିଥିଲା । ବିଦ୍ୟାଳୟର ପ୍ରଧାନଶିକ୍ଷକ ଛାତ୍ରଙ୍କୁ ପ୍ରଥମେ ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଇଥିଲେ । ଚିକିତ୍ସା ପରେ ଛାତ୍ର ଲିଙ୍କନ ନାୟକଙ୍କ ହାତ ଭାଙ୍ଗିଯାଇଥିବା ଜଣାପଡ଼ିଛି । ସେପଟେ ପ୍ରଥମିକ ଚିକିତ୍ସା ପରେ ଡାକ୍ତର ଆହତ ଛାତ୍ରଙ୍କୁ ବ୍ରହ୍ମପୁର ଏମକେସିଜି ଡାକ୍ତରଖାନାକୁ ସ୍ଥାନାନ୍ତରିତ କରିଥିବା ଜଣାପଡ଼ିଛି । ଆହତ ଛାତ୍ର ଜଣକ ବିଦ୍ୟାଳୟ ଛାତ୍ରାବାସରେ ରହି ପାଠ ପଢୁଥିଲେ । ତାଙ୍କ ଘର ଦାରିଙ୍ଗବାଡ଼ି ବ୍ଲକ୍ ଅନ୍ତର୍ଗତ ଦନେକବାଡ଼ି ପଞ୍ଚାୟତର ଜିର୍ଜାମାହା ଗ୍ରାମ ବୋଲି ଜଣାପଡ଼ିଛି।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।