February 24, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଘରେ ଶୋଇଥିବା ବେଳେ ଏସିଡ ମାଡ଼: ବାପା ପୁଅ ଗୁରୁତର


ବାଲିଗୁଡା, (ମୋ ଟିଭି ଓଡିଶା/ସଞ୍ଜୟ କୁମାର ପାଣିଗ୍ରାହୀ):

କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡ଼ିବନ୍ଧ ଥାନା ବୁଡ଼ାକୁନ୍ଦେଲ ଗ୍ରାମର ଏକ ଅଭାବନୀୟ ଘଟଣା ଦେଖୁବାକୁ ମିଳିଛି | ଶୁକ୍ରବାର ବିଳମ୍ବିତ ରାତିରେ ଘରେ ଶୋଇଥିବା ସମୟରେ ଦୁର୍ବୁତ୍ତ ଘରେ ପଶି ଏସିଡ ଫିଙ୍ଗି ପଳେଇ ଯାଇଥିବା ଅଭିଯୋଗ ହୋଇଛି।

ଏସିଡ ମାଡ଼ରେ ବାପା ପୁଅ ଗୁରୁତର ହୋଇଛନ୍ତି । ଗୁରୁତର ଅବସ୍ଥା ରେ ଆମ୍ବୁଲାନ୍ସ ଯୋଗେ ବିଳମ୍ବିତ ରାତିରେ ତୁମୁଡିବନ୍ଧ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ରେ ଭର୍ତି କରାଯାଇ ଥିଲା l ଏହା ପରେ ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟ କୁ ସ୍ଥାନାନ୍ତରିତ କରାଯାଇ ଥିଲା। ଘଟଣାରୁ ପ୍ରକାଶ ଯେ, କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ତୁମୁଡିବନ୍ଧ ଥାନା ମୁଣ୍ଡିଗଡ଼ ପଂଚାୟତ ର ବୁଢାକୁନ୍ଦେଲ ଗାଁ ମୋହନ ପନ୍ଦର (୪୦) ନିଜ ୧୨ ବର୍ଷ ର ପୁଅ ଅନୁଜଙ୍କ ସହ ଶୋଇଥିଲେ | ରାତ୍ରି ପ୍ରାୟ ୨ ଘଣ୍ଟ ସମୟରେ ଶୋଇଥ‌ିବା ଅବସ୍ଥାରେ କେହି ଜଣେ ଦୁବୁତ୍ତ ଆସି ଏସିଡ ଫିଙ୍ଗି ଦୌଡ଼ି ପଳେଇଥ‌ିବା ଅଭିଯୋଗ କରିଛନ୍ତି l

ଏସିଡ ମାଡ଼ର ଶିକାର ହୋଇଥିବା ମୋହନ ପନ୍ଦର ଓ ତାଙ୍କ ପୁଅ ର ଛାତି ଓ ମୁହଁ ପୋଡି ଯାଇଥିବା ବେଳେ ବର୍ତ୍ତମାନ ଚିକିତ୍ସାଧିନ ଅଛନ୍ତି l ଖବର ପାଇବା ପରେ ଘଟଣା ସ୍ଥଳରେ ତୁମୁଡିବନ୍ଧ ଭାରପ୍ରାପ୍ତ ଅଧିକାରୀ ଆଶୁତୋଷ ଜେନା ପଂହଁଚି ଘଟଣା ର ତଦନ୍ତ ଆରମ୍ଭ କରିଛନ୍ତି |

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।