MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ପିଏସ ଡିଗ୍ରି କଲେଜ,କୋକସରା ଠାରେ ଏଡସ୍ ସଚେତନତା ଓ ସ୍ବେଛାକୃତ ରକ୍ତଦାନ ପ୍ରୋତ୍ସାହନ କାର୍ଯ୍ୟକ୍ରମ ଅନୁଷ୍ଠିତ।

(ଜାଣିବା,ଜଣାଇବା,ସଚେତନ ହେବା ଏଡସର ନିରାକରଣ କରିବା)

କଳାହାଣ୍ଡି ତା ୨୨.୪.୨୦୨୪:

ସ୍ଥାନୀୟ ପଞ୍ଚାୟତ ସମିତି ଡିଗ୍ରୀ କଲେଜର ଯୁବ ରେଡକ୍ରସ ତଥା ରେଡରିବନ କ୍ଲବ ଆନୁକୂଲ୍ୟରେ ଏଡସ୍ ସଚେତନତା ଓ ସ୍ବେଛାକୃତ ରକ୍ତଦାନ ପ୍ରୋତ୍ସାହନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ ମହାବିଦ୍ୟାଳୟର ଅଧ୍ୟକ୍ଷ ପୁଷ୍ପ ରାଜ ମେହେରଙ୍କ ସଭାପତିତ୍ବରେ ଅନୁଷ୍ଠିତ ହେଇଯାଇଛି l

ଏହି ସଚେତନତା ସଭାରେ ମୁଖ୍ୟ ବକ୍ତା ଭାବେ ଯୁବ ରେଡକ୍ରସ୍ ତଥା ରେଡ୍ ରିବନ କ୍ଲବ୍ ପରାମର୍ଶଦାତା ଅଧ୍ୟାପକ ମୋହନ ଚରଣ ବିଶି, ସମ୍ମାନୀତ ଅତିଥି କ୍ୟାପଟେନ ଅଶ୍ବିନୀ କୁମାର ପଟ୍ଟନାୟକ, ଅଧ୍ୟାପିକା ଶୁଭଶ୍ରୀ ସାହୁ ଓ ବେଦମୟୀ ବାରିକ ଯୋଗ ଦେଇ ଯୁବକ ଯୁବତୀମାନେ ସଂଯମୀ,ଶୃଙ୍ଖଳିତ ଜୀବନ ଶୈଳୀ ଆପଣାଇବା ସହ ସଚେତନ ହେଲେ ଏଡ଼ସ ନିରାକରଣ ହେବ ଏବଂ ଯୋଗ୍ୟ ବିବେଚିତ ସମସ୍ତେ ରକ୍ତଦାନ କରିବାକୁ ଆହ୍ବାନ ଦେଇଥିଲେ।

ଯୁବ ରେଡକ୍ରସ୍ ପରାମର୍ଶଦାତା ସୁବ୍ରତ କୁମାର ବେହେରା କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ ଓ ଅଧ୍ୟାପିକା ଶୁଭଶ୍ରୀ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ।ଏହି କାର୍ଯ୍ୟକ୍ରମ ପରିଚାଳନାରେ ହୃଦାନନ୍ଦ ଧ.ମାଝୀ,ସୁନୀଳ ପ୍ରଧାନୀ, ତପନ ବିଶି,ବିଷ୍ଣୁ ବିଶି,ଲାଲୁ ପ୍ରଧାନୀ, ଉଜାଗର ମାଝୀ ସହଯୋଗ କରିଥିଲେ ଏବଂ ରେଡ୍ ରିବନ କ୍ଳବ୍ ସ୍ୱେଚ୍ଛାସେବୀ ଛାତ୍ରଛାତ୍ରୀମାନେ ଅଂଶ ଗ୍ରହଣ କରିଥିଲେ।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।