January 31, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ମହିଳା ପୀଡ଼ିତା ଓ ଶିଶୁ ଙ୍କ ନିମନ୍ତେ କ୍ଷତିପୂରଣ ସମ୍ବନ୍ଧୀୟ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

ଆଜି ଖୋର୍ଦ୍ଧା ଜିଲ୍ଲା ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ କୋର୍ଟ ପରିସରରେ ପୋକ୍ସୋ ଆଇନ, କିଶୋର ନ୍ୟାୟ ଯତ୍ନ ଓ ସୁରକ୍ଷା ଅଧିନିୟମ ଏବଂ ଉକ୍ତ ଆଇନ ଅଧୀନ ମହିଳା ପୀଡ଼ିତା ଓ ଶିଶୁ ଙ୍କ ନିମନ୍ତେ କ୍ଷତିପୂରଣ ସମ୍ବନ୍ଧୀୟ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।

ଉକ୍ତ କାର୍ଯ୍ୟକ୍ରମରେ ତାଲୁକ ଆଇନ ସେବା ସମିତି ଅଧ୍ୟକ୍ଷ ତଥା ବରିଷ୍ଠ ଦେୱାନୀ ବିଚାରପତି ଅମରେଶ ମହାପାତ୍ର ଅଧ୍ୟକ୍ଷତା କରିଥିବାବେଳେ ଅନ୍ୟମାନଙ୍କ ମଧ୍ୟରେ ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ବିଚାରପତି ସ୍ନାତକୀ ଦାସ, ଫ୍ରଣ୍ଟ ଅଫିସ ରିଟେନର ପଦ୍ମଜା ପଟ୍ଟନାୟକ, ବାଣପୁର ଓକିଲ ସଂଘ ସମ୍ପାଦକ ରଞ୍ଜନ କୁମାର ବେଦମତ୍ତା, ପୂର୍ବତନ ସମ୍ପାଦକ ଜଗନ୍ନାଥ ଭୋଳ, ସୁଧୀର ପ୍ରଧାନ,ସରକାରୀ ଆଇନଜୀବୀ ଜଳଧର ପ୍ରଧାନ,ବରିଷ୍ଠ ଆଇନଜୀବୀ ବିପ୍ଳବ କୁମାର ମୁଦୁଲି,ସୁନୀଲ ମହାପାତ୍ର,ବିନୋଦ ସ୍ୱାଇଁ,ସୀତାରାମ ଅଗ୍ରୱାଲ, କାମେଶ୍ୱର ଆଚାରୀ,ଶାନ୍ତନୁ ମହାପାତ୍ର ଏବଂ ବହୁ ଆଇନଜୀବୀ ଯୋଗ ଦେଇଥିଲେ।

ଏହି ଅବସରରେ ବିଚାରପତି ଶ୍ରୀ ମହାପାତ୍ର ଶିଶୁ ମାନଙ୍କ ଉପରେ ହେଉଥିବା ବିଭିନ୍ନ ଅପରାଧ ଏବଂ ଦଣ୍ଡବିଧାନ ବିଷୟରେ ବିସ୍ତୃତ ବିବରଣୀ ଦେଇଥିଲେ। ଶିଶୁମାନଙ୍କ ବିରୁଦ୍ଧରେ ହେଉଥିବା ଯୌନ ନିର୍ଯ୍ୟାତନା, ହିଂସା ଏବଂ ଯୌନ ଉଦ୍ଦୀପକ (ପର୍ଣ୍ଣଗ୍ରାଫି) ପ୍ରକାଶନ, ବିତରଣ ଏବଂ ତାହାକୁ ନିଜ ପାଖରେ ରଖିବା ଅପରାଧ ବୋଲି ବିବେଚିତ କରିଥିଲେ। ଶିଶୁଙ୍କ ବିରୁଦ୍ଧରେ ହେଉଥିବା ହିଂସାକୁ ଲୁଚାଇରଖିବା ଏବଂ ଶିଶୁଙ୍କର ପରିଚୟ ପ୍ରକାଶ କରିବା ମଧ୍ୟ ଉକ୍ତ ଆଇନ ଅନୁଯାୟୀ ଏକ ଦଣ୍ଡନୀୟ ଅପରାଧ।ତତସହିତ ପୀଡ଼ିତାଙ୍କ ନିମନ୍ତେ ଉକ୍ତ ଆଇନ ଅନ୍ତର୍ଗତ କ୍ଷତିପୂରଣ ବ୍ୟବସ୍ଥା ସମ୍ପର୍କରେ ମଧ୍ୟ ଆଲୋଚନା କରିଥିଲେ ବିଚାରପତି ଶ୍ରୀ ମହାପାତ୍ର। ଅଧାରୁ ପାଠ ଛାଡୁଥିବା ପିଲାଙ୍କୁ ପୁଣିଥରେ ସ୍କୁଲ କୁ ଫେରାଇ ଆଣିବା ଦାୟିତ୍ଵ ସମସ୍ତ ସଚେତନ ନାଗରିକ ଙ୍କର ବୋଲି ମଧ୍ୟ ତାଙ୍କ ବକ୍ତବ୍ୟ ରେ କହିଥିଲେ।

ମୋ ଟିଭି ଓଡିଶା, ବାଣପୁର

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।