MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଅଙ୍ଗନବାଡ଼ି କେନ୍ଦ୍ରରେ ଅଙ୍ଗନବାଡ଼ି କର୍ମୀଙ୍କ ଆତ୍ମହତ୍ୟା


ରିପୋର୍ଟ – ତାଜୁଦ୍ଦିନ, ସୋର
ତା – ୨୨/୦୪/୨୦୨୪ :
ସୋର ଥାନା ଆଟପୁର ପଞ୍ଚାୟତ ହଂସୀପାଟଣା ଗ୍ରାମର ଜଣେ ଅଙ୍ଗନବାଡ଼ି କର୍ମୀ ଅଙ୍ଗନବାଡ଼ି କେନ୍ଦ୍ର ପରିସରରେ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ମୃତ କର୍ମୀ ଜଣଙ୍କ ହେଲେ ଗ୍ରାମର ସବିତା ମହାନ୍ତି(୪୦)। ସବିତା ଗତ ୮ ବର୍ଷ ଧରି ସ୍ଥାନୀୟ ହଂସୀପଟଣା ଅଙ୍ଗନବାଡ଼ି କେନ୍ଦ୍ରରେ କାର୍ଯ୍ୟରତ ଥିଲେ। ଆଜି ସକାଳେ କେନ୍ଦ୍ରକୁ ଯାଇଥିବା ବେଳେ ଛୁଟି ପରେ ପିଲାମାନଙ୍କୁ ତାଙ୍କ ଘରେ ଛାଡିଥିଲେ। ସେଠାରୁ ଫେରିବା ପରେ ଦୀର୍ଘ ସମୟ ପର୍ଯ୍ୟନ୍ତ ଘରକୁ ନଫେରିବାରୁ ପରିବାର ଲୋକେ ବିଭିନ୍ନ ସ୍ଥାନରେ ଖୋଜାଖୋଜି କରିଥିଲେ। ପରେ ଅଙ୍ଗନବାଡ଼ି କେନ୍ଦ୍ରରେ ଚାବି ଭିତର ପଟୁ ପଡିଥିବା ଦେଖି ଚାବି ଭାଙ୍ଗିବା ପରେ ସବିତାଙ୍କୁ ଫ୍ୟାନରେ ବେକରେ ରଶି ଲଗାଇ ଝୁଲୁଥିବା ଅବସ୍ଥାରେ ଉଦ୍ଧାର କରିଥିଲେ।

ପରେ ତାଙ୍କୁ ଏକ ୧୦୮ ଆମ୍ବୁଲାନ୍ସ ଯୋଗେ ସୋର ଡାକ୍ତରଖାନାକୁ ଆଣିଥିବା ବେଳେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଖବର ପାଇ ସୋର ପୁଲିସ ଡାକ୍ତର ଖାନାରେ ପହଂଚି ଶବ ବ୍ୟବଛେଦ କରି ପରିବାର ଲୋକଙ୍କୁ ହସ୍ତାନ୍ତର କରିବା ସହିତ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି। ତେବେ ସବିତାଙ୍କର ୧୭ ବର୍ଷୀୟ ପୁଅ ଗତ ଦୁଇମାସ ତଳେ ବେକରେ ରାଶି ଲଗାଇ ଆତ୍ମହତ୍ୟା କରିଥିବା ବେଳେ ସେବେଠାରୁ ସେ ମାନସିକ ଭାରସାମ୍ୟ ହରାଇ ବସିଥିବା ସ୍ଥାନୀୟ ଲୋକେ କହିଛନ୍ତି। ତେବେ ଆଜି କେଉଁ କାରଣରୁ ସେ ଆତ୍ମହତ୍ୟା କରିଛନ୍ତି ତାହା ସ୍ପଷ୍ଟ ହୋଇନାହିଁ।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।