MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଓଡିଶା ଆଦର୍ଶ ବିଦ୍ୟାଳୟରେ ବାର୍ଷିକ କ୍ରୀଡା ଉତ୍ସବଉଦଯାପିତ


ବାଲିଗୁଡା, (ମୋ ଟିଭି ଓଡିଶା/ସଞ୍ଜୟ କୁମାର ପାଣିଗ୍ରାହୀ):

କନ୍ଧମାଳ ଜିଲ୍ଲା ବାଲିଗୁଡା ଦଣ୍ଡପଦର ସ୍ଥିତ ଓଡିଶା ଆଦର୍ଶ ବିଦ୍ୟାଳୟ ପରିସରରେ ଦୁଇଦିନ ଧରି ବାର୍ଷିକ କ୍ରୀଡା ଉତ୍ସବ ଆୟୋଜିତ ହେବାପରେ ଉଦଯାପିତ ହୋଇଯାଇଛି l ପ୍ରଥମ ଦିନ ଉଦଘାଟନ ଉତ୍ସବରେ ବିଦ୍ୟାଳୟର ଅଧ୍ୟକ୍ଷା ସୁଶ୍ରୀ ଇତିଶ୍ରୀ ସାହୁ ଦୀପ ଧୂପ ପ୍ରଜ୍ଜଳନ କରି କ୍ରୀଡା ଉତ୍ସବଜୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ l ଦ୍ୱିତୀୟ ତଥା ଉଦଯାପନୀ ଉତ୍ସବରେ ସ୍ଥାନୀୟ ବିଏସଏଫର ୧୩୬ ବାଟାଲିଆନ କ୍ୟାମ୍ପ ସେକଣ୍ଡ ଅଫିସର ପରାଗ ଦେଓ ଗୁପ୍ତା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଛାତ୍ରଛାତ୍ରୀ ମାନଙ୍କୁ କ୍ରୀଡା ସମ୍ପର୍କୀୟ ବିଭିନ୍ନ ବିଷୟରେ ବୁଝାଇବା ସହ ଉତ୍ସାହିତ କରିଥିଲେ । ୩୨ ଗୋଟି ଦୌଡକୁଦ ପ୍ରତିଯୋଗିତାରେ ପ୍ରାୟ ୩୦୦ ଛାତ୍ରଛାତ୍ରୀ ଅଂଶ ଗ୍ରହଣ କରିଥିବା ବେଳେ ଏଥିରେ କୃତିତ୍ୱ ଲାଭ କରିଥିବା ପ୍ରତିଯୋଗୀ ମାନଙ୍କୁ ଅତିଥି ମାନଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା। ଏହି ଦୁଇ ଦିନିଆ କ୍ରୀଡା ପ୍ରତିଯୋଗିତାରେ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ଓ କର୍ମଚାରୀ ଉପସ୍ଥିତ ରହି ପରିଚାଳନାରେ ସହଯୋଗ କରିଥିଲେ l

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।