ମୋ ଟିଭି ଓଡିଶା ବ୍ୟୁରୋ : ଉପର ମୁଣ୍ଡରେ ପ୍ରବଳ ବର୍ଷା ହେତୁ ହୀରାକୁଦରେ ବଢିଛି ଜଳସ୍ତର। ଆଜି ଆଉ ୬ଟି ଗେଟ୍ ଖୋଲାଯାଇଛି। ବର୍ତ୍ତମାନ ମୋଟ ୧୪ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି। ଜଳ ଭଣ୍ଡାରରୁ ଗେଟ ଖୋଲିବା ପରେ ମହାନଦୀରେ ବଢିଛି ଜଳସ୍ତର। କଟକର ମୁଣ୍ଡଳୀଠାରେ ୫.୭୮ ଲକ୍ଷ୍ୟ କ୍ୟୁସେକ ବନ୍ୟାଜଳ ନିଷ୍କାସିତ ହେଉଛି। ମହାନଦୀ ଅବବାହିକାରେ ଥିବା ୧୦ଟି ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର। ସେସବୁ ଜିଲ୍ଲା ଗୁଡିକ ହେଲା ସମ୍ବଲପୁର, ସୋନପୁର, ନୟାଗଡ, ଅନୁକୁଳ, ବୌଦ୍ଧ, ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର ଓ କେନ୍ଦ୍ରାପଡା। ବିଶେଷ କରି ଏହି ସବୁ ଜିଲାର ତଳିଆ ଅଞ୍ଚଳରେ ରହୁଥିବା ଲୋକମାନେ ସତର୍କ ରହିବାକୁ ଜିଲ୍ଲାପାଳ ମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି।
More Stories
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ପରିଦର୍ଶନ
ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ
ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର।