MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଭିଜିଲାନ୍ସ ଜାଲରେ ଆଉ ଜଣେ ଅଧିକାରୀ

ମୋ ଟିଭି ଓଡିଶା ବ୍ୟୁରୋ : ଭିଜିଲାନ୍ସ(ଦୁର୍ନୀତି ନିବାରଣ) ବିଭାଗ ଜାଲରେ ପଡ଼ିଛନ୍ତି ଆଉ ଜଣେ ବଡ଼ ବାବୁ। ୫ କୋଟି ୮୫ ଲକ୍ଷ ଟଙ୍କାର ଟିକସ ହେରଫେର କରିଥିବା ଅଭିଯୋଗରେ ଫସିଛନ୍ତି ଯାଜପୁର ସିଟି (କେନ୍ଦ୍ରୀୟ କର) ଏବଂ ଜିଏସଟି (ସାମଗ୍ରୀ ଏବଂ ସେବା କର) ଏନଫୋର୍ସମେଣ୍ଟ ଆସିଷ୍ଟାଣ୍ଟ କମିଶନର(ସହକାରୀ ଆୟୁକ୍ତ) ବିନୟ ଭୂଷଣ ତ୍ରିପାଠୀ। ଜଣେ ଡିଲରଙ୍କଠାରୁ ଜବତ ହୋଇଥିବା ସ୍କ୍ରାପକୁ ବିନୟ ଅନ୍ୟତ୍ର ବିକ୍ରି କରିଦେଇଥିବା ଅଭିଯୋଗ ହୋଇଛି। ଯାହାଦ୍ଵାରା ସରକାରଙ୍କର ପ୍ରାୟ ୫ କୋଟି ୮୫ ଲକ୍ଷ ଟଙ୍କାର ରାଜସ୍ଵ ହାନି ଘଟିଛି। ଏହି ଅଭିଯୋଗ ଆସିବା ପରେ ଭିଜିଲାନ୍ସ ଟିମ୍‌ ବିନୟଙ୍କର ବିଭିନ୍ନ ଠିକଣାରେ ଚଢ଼ାଉ ଆରମ୍ଭ କରିଛି। ଭୁବନେଶ୍ଵର, ଖୋର୍ଦ୍ଧା ସମେତ ୫ଟି ସ୍ଥାନରେ ଭିଜିଲାନ୍ସ ଅଧିକାରୀଙ୍କ ଏକାଧିକ ଟିମ ପକ୍ଷରୁ ଏକକାଳୀନ ଚଢ଼ାଉ କରାଯାଇଛି।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।