ଭୁବନେଶ୍ୱର, ୨୮/୧୦/୨୦୨୪
ଅକ୍ଟୋବର ୨୮ରୁ ଆଗାମୀ ନଭେମ୍ବର ୩ ତାରିଖ ପର୍ଯ୍ୟନ୍ତ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ କରାଯାଉଥିବା ବେଳେ ଏହି ପରିପ୍ରେକ୍ଷୀରେ ଆଜି ଲୋକସେବା ଭବନସ୍ଥିତ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ କାର୍ଯ୍ୟାଳୟର ଅଧିକାରୀ ଓ କର୍ମଚାରୀମାନେ ଦୁର୍ନୀତି ନିବାରଣ ସଚେତନତା ଶପଥପାଠ କରିଥିଲେ ।
ଚଳିତ ବର୍ଷ ଏହି ସପ୍ତାହ ପାଳନର ପ୍ରସଙ୍ଗ ରହିଛି- ସତ୍ୟନିଷ୍ଠ ସଂସ୍କୃତି ହିଁ ରାଷ୍ଟ୍ର ସମୃଦ୍ଧିର ଭିତ୍ତି ।
ବିଭାଗର ଅତିରିକ୍ତ ଶାସନ ସଚିବ ଶ୍ରୀ ମନୋଜ କୁମାର ମହାନ୍ତି କେନ୍ଦ୍ରୀୟ ସତର୍କତା ଆୟୋଗ ନିର୍ଦ୍ଦେଶରେ ପାଳନ କରାଯାଉଥିବା ଏହି ଦିବସ ପାଳନର ଲକ୍ଷ୍ୟ ଓ ଉଦ୍ଦେଶ୍ୟ ସଂପର୍କରେ ଆଲୋକପାତ କରିବା ସହ କାର୍ଯ୍ୟାଳୟର ସମସ୍ତ ଅଧିକାରୀ ଓ କର୍ମଚାରୀମାନଙ୍କୁ ସଚ୍ଚୋଟତା ଏବଂ ଆଇନର ଶାସନକୁ ଅନୁପାଳନ କରିବା, ସମସ୍ତେ କାର୍ଯ୍ୟକୁ ସାଧୁତା ଓ ସ୍ୱଚ୍ଛତାର ସହ ସଂପାଦନ କରିବା, ନିଜ ବ୍ୟକ୍ତିଗତ ଆଚରଣରେ ଦୃଷ୍ଟାନ୍ତମୂଳକ ସାଧୁତା ବଜାୟ ରଖି ଉଦାହରଣ ସୃଷ୍ଟି କରିବା ସଂପର୍କରେ ଶପଥ କରାଇଥିଲେ । ଏହି କାର୍ଯ୍ୟକ୍ରମରେ ବିଭାଗର ବିଭିନ୍ନ ଶାଖାର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।
More Stories
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ପରିଦର୍ଶନ
ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ
ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର।