January 25, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳିତ

ଚଳିତ ଅକ୍ଟୋବର ମାସ ୨୮ ତାରିଖରୁ ଆରମ୍ଭ ହୋଇ ନଭେମ୍ବର ୩ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ସରକାରୀ କାର୍ଯ୍ୟାଳୟ ମାନଙ୍କରେ ଏହି କାର୍ଯ୍ୟକ୍ରମ ପାଳନ କରାଯିବା ସହିତ ସଚେତନତା କରାଯିବ।

ସୋର : ୨୯/୧୦

ଓଡିଶା ସରକାରଙ୍କ ପକ୍ଷରୁ ଦୁର୍ନୀତି ନିବାରଣ ସଚେତନତା କାର୍ଯ୍ୟକ୍ରମ ଆରମ୍ଭ ହୋଇଯାଇଛି। ଚଳିତ ଅକ୍ଟୋବର ମାସ ୨୮ ତାରିଖରୁ ଆରମ୍ଭ ହୋଇ ନଭେମ୍ବର ୩ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ସରକାରୀ କାର୍ଯ୍ୟାଳୟ ମାନଙ୍କରେ ଏହି କାର୍ଯ୍ୟକ୍ରମ ପାଳନ କରାଯିବା ସହିତ ସଚେତନତା କରାଯିବ।

ଏହି ଅବସରରେ ଆଜି ସୋର ଉପନିବନ୍ଧକଙ୍କ କାର୍ଯ୍ୟାଳୟ ପରିସରରେ ଦୁର୍ନୀତି ନିବାରଣ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଉପନିବନ୍ଧକ ଅଧିକାରୀ ମାଧୁରୀ ବେହେରାଙ୍କ ନେତୃତ୍ୱରେ ଅନ୍ୟ କର୍ମଚାରୀ ମାନେ ଏଥିରେ ସାମିଲ ହୋଇଥିଲେ। ଶ୍ରୀମତି ବେହେରା କର୍ମଚାରୀ ମାନଙ୍କୁ ଶପଥ ପାଠ କରାଇଥିଲେ।

ଏହି ସମୟରେ ଉପସ୍ଥିତ ଥିବା ଲୋକ,ମହୁରର ଓ କର୍ମଚାରୀ ମାନଙ୍କୁ ଲାଞ୍ଚ ନେବା ନାହିଁ କିମ୍ବା ଲାଞ୍ଚ ଦେବା ନାହିଁ ବୋଲି ଶପଥ କରାଇ ସଚେତନ କରାଯାଇଥିଲା।ଏଥିରେ ଅଫିସ କର୍ମଚାରୀ ଅଂଶଗ୍ରହଣ କରିଥିଲେ।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।