MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ପାଣ୍ଡିଆନଙ୍କ ସ୍ଥାନରେ ନବୀନଙ୍କ ବ୍ୟକ୍ତିଗତ ସଚିବ ଭାବେ ଆଦିତ୍ୟ ମହାପାତ୍ରଙ୍କୁ ନିଯୁକ୍ତି

ମୋ ଟିଭି ଓଡିଶା / ଭୁବନେଶ୍ୱର :

ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ବ୍ୟକ୍ତିଗତ ସଚିବ ଭାବେ ଆଦିତ୍ୟ ମହାପାତ୍ରଙ୍କୁ ନିଯୁକ୍ତି ଦିଆଯାଇଛି। ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। ପୂର୍ବରୁ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ସଚିବ ଥିଲେ ଆଦିତ୍ୟ।

ସୂଚନାଯୋଗ୍ୟ, ନବୀନ ପଟ୍ଟନାୟକ ଯେତେବେଳେ ମୁଖ୍ୟମନ୍ତ୍ରୀ ଥିଲେ, ସେତେବେଳେ ଆଇଏଏସ୍‌ କାର୍ତ୍ତିକ ପାଣ୍ଡିଆନଙ୍କୁ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତ କରାଯାଇଥିଲା। ୨୦୨୪ ନିର୍ବାଚନରେ ବିଜେଡିର ଶୋଚନୀୟ ପରାଜୟ ପରେ ୨୪ ବର୍ଷର ଶାସନ ଭାଙ୍ଗିଯାଇଛି। ଏବେ ରାଜ୍ୟରେ ଭାଜପା ସରକାର ଗଢିଛି। ତେବେ ୫ ଥର ମୁଖ୍ୟମନ୍ତ୍ରୀ ଥିବା ନବୀନଙ୍କୁ ବିଧାନସଭା ନିର୍ବାଚନରେ ନିର୍ବାଚିତ ହୋଇଥିବା ବିଜେଡି ବିଧାୟକମାନେ ବିରୋଧି ଦଳ ନେତା ଏବଂ ବିଜେଡି ବିଧାନସଭା ଦଳର ନେତା ଭାବରେ ମନୋନୀତ କରିଥିଲେ।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।