MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଆଜିଠୁ ରତ୍ନଭଣ୍ଡାର ମରାମତି କାର୍ଯ୍ୟ ବନ୍ଦ ରଖିବ ଏଏସଆଇ।

ଆସନ୍ତା ୧୫ ତାରିଖ ପର୍ୟ୍ୟନ୍ତ ବନ୍ଦ ରହିବ ରତ୍ନଭଣ୍ଡାର ମରାମତି କାର୍ଯ୍ୟ l ଏନେଇ ପ୍ରତିକ୍ରିୟା ରଖିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ। ଆସନ୍ତା ୧୩ ତାରିଖରେ ପୌଷ ପୂର୍ଣ୍ଣିମା, ମହାପ୍ରଭୁଙ୍କ ସୁନାବେଶ, ୧୪ ତାରିଖରେ ମକର ସଂକ୍ରାନ୍ତି ଥିବାରୁ ପ୍ରବଳ ଭକ୍ତଙ୍କ ଭିଡକୁ ଦୃଷ୍ଟିରେ ରଖି ରତ୍ନଭଣ୍ଡାର ମରାମତି କାର୍ଯ୍ୟ ବନ୍ଦ ରଖାଯିବ । ତେବେ ଆସନ୍ତା ୧୬ ତାରିଖରୁ ରାଜ୍ୟ ସରକାରଙ୍କ ମାର୍ଗଦର୍ଶିକା ଅନୁସାରେ ପୁର୍ନବାର ରତ୍ନଭଣ୍ଡାର ମରାମତି କାର୍ଯ୍ୟ ଆରମ୍ଭ ହେବ। ସେପଟେ ଆସନ୍ତା ୨୦ ତାରିଖରେ ହେବ ନାହିଁ ନାଟମଣ୍ଡପର ଧାଡି ଦର୍ଶନ ବ୍ୟବସ୍ଥା। ନାଟମଣ୍ଡପରେ କିଛି ହୁଣ୍ଡି ଥିବାରୁ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ସେସବୁକୁ ଅପସାରଣ କରାଯିବ। ଏହାପରେ ନାଟମଣ୍ଡପରେ ଭକ୍ତଙ୍କ ପାଇଁ ଧାଡି ଦର୍ଶନ ବ୍ୟବସ୍ଥା କରାଯିବ। ତେଣୁ ଖୁବଶୀଘ୍ର ପରିଚାଳନା କମିଟି ଗଠନ କରିବା ପାଇଁ ପ୍ରକ୍ରିୟା ଆରମ୍ଭ ହୋଇସାରିଛି । ପରିଚାଳନା କମିଟି ଗଠନ ହେବାପରେ କମିଟିର ସୁପାରିଶ ଅନୁସାରେ ଶ୍ରୀମନ୍ଦିର ଭିତରେ ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ଓ ଅନ୍ୟାନ୍ୟ ସୁବିଧା ବିଷୟରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରାଯାଇ ନିଷ୍ପତ୍ତି ନିଆଯିବ ।

ମୋ ଟିଭି ଓଡିଶା, ପୁରୀ

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।