MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ବଲିଉଡ ଅଭିନେତା ସୈଫ ଅଲ୍ଲୀ ଖାନଙ୍କୁ ଆକ୍ରମଣ ।

ଘରେ ଥିବା ବେଳେ ଦୁର୍ବୃତ୍ତଙ୍କ ଆକ୍ରମଣ । ସୈଫ ଅଲ୍ଲୀ ଖାନଙ୍କୁ ମୁମ୍ବାଇର ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ବିଳମ୍ବିତ ରାତିରେ ଦୁର୍ବୃତ୍ତ ଆକ୍ରମଣ କରିଥିବା ସୂଚନା । ୨/୩ଥର ଛୁରିରେ ଆକ୍ରମଣ କରି ଦୁର୍ବୃତ୍ତ ଫେରାର । ବୁଧବାର ରାତି ୨.୩୦ରେ ଅଜଣା ବ୍ୟକ୍ତି ସୈଫଙ୍କ ବାନ୍ଦ୍ରା ସ୍ଥିତ ଘରେ ପ୍ରବେଶ କରିଥିଲେ। ପ୍ରଥମେ ସେ ତାଙ୍କ ଘରୋଇ ସହାୟିକା ସହ ଯୁକ୍ତିତର୍କ କରିଥିଲେ। ସୈଫ ଆସି ଯୁବକଙ୍କୁ ବୁଝାଇବାକୁ ପ୍ରୟାସ କରିଥିବା ବେଳେ ଯୁବକ ଜଣଙ୍କ ତାଙ୍କୁ ଛୁରାମାଡ କରିଥିଲେ। ସୈଫଙ୍କୁ ୨-୩ ଥର ଛୁରାରେ ଆକ୍ରମଣ କରାଯାଇଥିଲା। ଆକ୍ରମଣ ପରେ ଦୁର୍ବୁର୍ତ୍ତ ଘଟଣାସ୍ଥଳରୁ ଫେରାର ହୋଇ ଯାଇଥିଲା।

ପୋଲିସ ପକ୍ଷରୁ ଏକ ଏଫଆଇଆର ରୁଜୁ କରାଯାଇଥିବା ବେଳେ ମାମଲାର ତଦନ୍ତ ଜାରି ରହିଛି। ସୈଫ ନିଜ ଘରେ ସ୍ତ୍ରୀ କରୀନା କପୁର ଖାନ, ପୁଅ ତୈମୁର ଓ ଜେହ ସହିତ ଶୋଇଥିଲେ। ଘରୋଇ ସହାୟିକାଙ୍କ ସହ ଯୁବକ ଜଣଙ୍କ ଯୁକ୍ତିତର୍କ କରୁଥିବା ବେଳେ ସୈଫ ଉଠି ପଡିଥିଲେ। ଯୁବକ ଓ ସୈଫଙ୍କ ମଧ୍ୟରେ ଝଗଡା ହେବା ପରେ ଯୁବକ ଜଣଙ୍କ ସୈଫଙ୍କୁ ଛୁରା ମାଡ କରି ଫେରାର ହୋଇ ଯାଇଥିଲା।

ମୋ ଟିଭି ଓଡିଶା, ମୁମ୍ବାଇ

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।