ଆସନ୍ତା କାଲି ଦିନ ୧୨ ଟା ସୁଦ୍ଧା ଆଶ୍ରମରୁ ଜିନିଷପତ୍ର ଖାଲି କରିବାକୁ ଘୋଷଣା କରିଛି ବିଡିଏ। ଖଣ୍ଡଗିରିରେ ୧୪୦ ଡିସିମିଲ୍ ସରକାରୀ ଜମିରେ ବୈକୁଣ୍ଠଧାମ ଆଶ୍ରମ ନିର୍ମାଣ ହୋଇଛି। ଏଠାରେ ବାବା ଶ୍ରୀଶ୍ରୀଶ୍ରୀ ସତ୍ୟ ଅନନ୍ତ ମାଧବ ଲୀଳାଖେଳା କରୁଥିଲେ। ସେ ପ୍ରତିଦିନ ଭକ୍ତଙ୍କୁ ଭେଟୁଥିଲେ ଓ ପ୍ରବଚନ ଦେଉଥିଲେ। ନିକଟରେ ବାବାଙ୍କ ଗୋଟିଏ ଫଟୋ ସାମାଜିକ ଗଣମାଧ୍ୟମରେ ଭାଇରାଲ୍ ହୋଇଥିଲା। ଏହାକୁ ନେଇ ବିବାଦ ଆରମ୍ଭ ହୋଇଥିଲା। ଏହି ବିବାଦ ଏତେ ବଢ଼ିଥିଲା ଯେ, ରାଜ୍ୟବ୍ୟାପି ଚର୍ଚ୍ଚା ହେଉଛି।
ବିବାଦର ମୂଳ କାରଣ ଥିଲା କୁନି ବାବାଙ୍କ ପାଦ ତଳେ ତୁଳସୀ ଥିବା ଦେଖିବାକୁ ମିଳିଥିଲା। ଫଳରେ ବିବାଦ ଉଗ୍ର ରୂପ ଧାରଣ କରିଥିଲା। ବିଭିନ୍ନ ସଙ୍ଗଠନ ପକ୍ଷରୁ ପ୍ରତିବାଦ ପରେ ଭରତପୁର ଥାନାରେ ଲିଖିତ ଅଭିଯୋଗ ହୋଇଥିଲା। ପୋଲିସର ତନାଘନା ଭିତରେ ବାବାଙ୍କ ବୈକୁଣ୍ଠ ଆଶ୍ରମରୁ କିଛି ଆପତ୍ତିଜନକ ସାମଗ୍ରୀ ମଧ୍ୟ ଜବତ କରାଯାଇଥିଲା। ବାବା କାଶୀନାଥ ଶ୍ରଦ୍ଧାଳୁଙ୍କ ଆସ୍ଥାକୁ ଆଧାର କରି ବ୍ୟବସାୟ କରିବା ସହ ବିଳାସପୂର୍ଣ୍ଣ ଜୀବନ ଅତିବାହିତ କରୁଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଥିଲେ।
ମୋ ଟିଭି ଓଡିଶା, ଭୁବନେଶ୍ୱର
More Stories
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ପରିଦର୍ଶନ
ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ
ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର।