ମୋ ଟିଭି ଓଡିଶା / ଭୁବନେଶ୍ୱର : ହିତାଧିକାରୀଙ୍କୁ ଚାଉଳ ସହିତ ମିଳିବ ଗହମ। ଯେତିକି ଚାଉଳ ମିଳୁଛି ତାହାର ୨୦ ପ୍ରତିଶତ ଗହମ ଯୋଗାଇ ଦିଆଯିବ। ରାଜ୍ୟ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଏ ସମ୍ପର୍କରେ ସୂଚନା ଦେଇଛନ୍ତି। ଏ ନେଇ କେନ୍ଦ୍ର ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ ନିକଟରେ ଦାବି କରାଯାଇଥିବା ମନ୍ତ୍ରୀ ପାତ୍ର ଜଣାଇଛନ୍ତି। ବର୍ତ୍ତମାନ ହିତାଧିକାରୀଙ୍କୁ ମୁଣ୍ଡ ପିଛା ୫ କିଲୋଗ୍ରାମ ଲେଖାଏଁ ଚାଉଳ ଯୋଗାଇ ଦିଆଯାଉଥିଲା। କିନ୍ତୁ ଗହମ ପାଇଁ ଲୋକଙ୍କ ଚାହିଦା ରହିଥିବାରୁ ତାହାକୁ ଦୃଷ୍ଟିରେ ରଖି କେନ୍ଦ୍ର ମନ୍ତ୍ରୀଙ୍କ ନିକଟରେ ଦାବି ଉପସ୍ଥାପନ କରାଯାଇଥିବା ମନ୍ତ୍ରୀ କହିଛନ୍ତି।
ହିତାଧିକାରୀଙ୍କୁ ଚାଉଳ ସହିତ ମିଳିବ ଗହମ

More Stories
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ପରିଦର୍ଶନ
ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ
ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର।