MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ରାଜଧାନୀରେ ବାପାକୁ ହତ୍ୟା କଲା ପ୍ରଫେସର ପୁଅ….

ମୋ ଟିଭି ଓଡିଶା / ଭୁବନେଶ୍ୱର :

ପାରିବାରିକ କଳହ ନେଇ ଯାଇଛି ଜୀବନ । ପୁଅ ନିଜ ବୃଦ୍ଧ ବାପାକୁ ହତ୍ୟା କରିଛି । ରାଜଧାନୀ ଭୁବନେଶ୍ୱର ମଞ୍ଚେଶ୍ୱର ଥାନା ରଙ୍ଗମାଟିଆର ଏକ ଆପାର୍ଟମେଣ୍ଟରେ ଘଟିଛି ଏହି ବୀଭତ୍ସ ହତ୍ୟାକାଣ୍ଡ । ବାପାକୁ ଅତି ନିର୍ମମ ଭାବେ ଛୁରୀ ଭୁସି ହତ୍ୟା କରିଛି ପୁଅ। ମୃତକ ହେଉଛନ୍ତି ସୁନୀଲ ଚୌଧୁରୀ । ସୁନୀଲ ଚୌଧୁରୀ ନାଲକୋରେ ଜଣେ ଅବସରପ୍ରାପ୍ତ ଉଚ୍ଚ ପଦସ୍ଥ ଅଧିକାରୀ ଥିଲେ। ତାଙ୍କ ପୁଅ ମଧ୍ୟ ଏକ ଘରୋଇ ଲ’ କଲେଜରେ ଜଣେ ଫ୍ରଫେସର ଭାବେ କାର୍ଯ୍ୟରତ ଥିବା ଜଣାଯାଇଛି। କୌଣସି କାରଣରୁ ବାପପୁଅଙ୍କ ମଧ୍ୟରେ ପ୍ରବଳ ଗଣ୍ଡଗୋଳ ହେବା ପରେ ନିଜ ହିତାହିତ ଜ୍ଞାନ ହରାଇ ପୁଅ ବାପାକୁ ହତ୍ୟା କରିଥିବା ପଡ଼ୋଶୀଙ୍କ ସୂତ୍ରରୁ ପ୍ରକାଶ।

ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତନାଘନା ଆରମ୍ଭ କରିଛି । ଘଟଣାସ୍ଥଳରୁ ଛୁରୀ, ରକ୍ତଲଗା କପଡା ଜବତ କରିଛି ପୋଲିସ । ଏଥିସହ ଅଭିଯୁକ୍ତ ପୁଅକୁ ଗିରଫ କରିଥିବା ଜଣାପଡିଛି। ତେବେ ରାଜଧାନୀରେ ଜଣେ ଉଚ୍ଚଶିକ୍ଷିତ ପୁଅର ଏଭଳି ଜଘନ୍ୟକାଣ୍ଡ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛି ।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।