January 8, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ହତ୍ୟା ମାମଲାରେ ନିର୍ଦ୍ଦୋଷରେ ଖଲାସ ହେଲେ ଭଟଲି ବିଧାୟକ ଇରାଶିଷ ଆଚାର୍ଯ୍ୟ।

ବୁଲୁ ଓରଫ ନାରାୟଣ ସତନାମୀଙ୍କ ହତ୍ୟା ମାମଲାରେ ଅଭିଯୁକ୍ତ ଥିଲେ ଇରାଶିଷ। ୨୦୧୮ ମସିହାରେ ସଂଗଠିତ ଏହି ବହୁଚର୍ଚ୍ଚିତ ହତ୍ୟାକାଣ୍ଡରେ ଇରଶିଷଙ୍କ ସମେତ ଅନ୍ୟ ୩ ଜଣ ପ୍ରମୋଦ ପୋଢ଼, ବବୁଲୁ ନାଗ ଓ ବଣ୍ଟି ପୁରୋହିତଙ୍କ ବିରୋଧରେ ମାମଲା ରୁଜୁ ହୋଇଥିଲା।ଏହି ଘଟଣାରେ ଇରଶିଷ ଓ ଅନ୍ୟ ୩ ଜଣଙ୍କୁ ଅଭିଯୁକ୍ତ ଦର୍ଶାଇ ଆଇପିସିର ଧାରା ୩୦୨, ୧୧୪, ୩୪ ଓ ୨୫, ୨୭, ୨୯ ଆର୍ମସ ଆକ୍ଟରେ ସେମାନଙ୍କ ବିରୋଧରେ ମାମଲା ରୁଜୁ ହୋଇଥିଲା। ହେଲେ ସମସ୍ତ ସାକ୍ଷ୍ୟମାନଙ୍କ ବୟାନକୁ ଭିତ୍ତି କରି ବିଧାୟକ ଇରାଶିଷଙ୍କ ସମେତ ଅନ୍ୟ ୩ ଅଭିଯୁକ୍ତଙ୍କୁ ନିର୍ଦ୍ଦୋଷରେ ଖଲାସ କରିଛନ୍ତି ଅତିରିକ୍ତ ଜିଲ୍ଲା ଦୌରାଜଜ ସଂଘମିତ୍ରା ଶର୍ମା। ଉକ୍ତ ଘଟଣା ସମୟରେ ବିଜେପୁର ଉପନିର୍ବାଚନବେଳେ ସଂଗଠିତ ଏକ ଗଣ୍ଡଗୋଳରେ ଆହତ ହୋଇ ଇରାଶିଷ ଭୁବନେଶ୍ୱରରେ ଚିକିତ୍ସାଧୀନ ଥିଲେ ବୋଲି ଇରାଶିଷଙ୍କ ଓକିଲ କହିଛନ୍ତି।

ମୋ ଟିଭି ଓଡିଶା, ଭୁବନେଶ୍ୱର

Latest news
ଆଜିଠାରୁ ତିନି ଦିନିଆ ଜାତୀୟ ପ୍ରବାସୀ ଭାରତୀୟ ଦିବସ । ସମସ୍ତଙ୍କ ସୁରକ୍ଷା ଓ ନିରାପଦକୁ ଦୃଷ୍ଟି ଦିଆଯାଉଛି ବୋଲି କହିଲ... ପ୍ରବାସୀ ଭାରତୀୟ ସମ୍ମେଳନ: ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱର ଯୁବକଙ୍କୁ ବୀଭତ୍ସ ହତ୍ୟା । ଇସ୍ରୋର ନୂଆ ଅଧ୍ୟକ୍ଷ ହେଲେ ଭି.ନାରାୟଣନ । ଆଜି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ । ଦିଲ୍ଲୀର ରାଷ୍ଟ୍ରୀୟ ସ୍ମୃତି ପରିସରରେ ନିର୍ମାଣ ହେବ ଦିବଙ୍ଗତ ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ସମାଧି । ଆଜିଠୁ ଆରମ୍ଭ ହେଉଛି ପ୍ରବାସୀ ଭାରତୀୟ ଦିବସ। ଏକକାଳୀନ ୧୪୮ଜଣ ବରିଷ୍ଠ ଓଏଏସ୍ ଅଫିସରଙ୍କୁ ବଦଳି । ପୁଣି ବାଘକୁ ନେଇ ମୁହାଁମୁହିଁ ଓଡ଼ିଶା ପଶ୍ଚିମବଙ୍ଗ। ୪-୫ଦିନ ମଧ୍ୟରେ ଚାଷୀଙ୍କୁ ମିଳିବ କ୍ଷତିପୂରଣ ରାଶି ।