MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ପୋଷଣ ମାହ ଉପଲକ୍ଷେ ସାଇକେଲ ରାଲୀ ଏବଂ ପଦଯାତ୍ରା

ମୋ ଟିଭି ଓଡିଶା / ସୁନ୍ଦରଗଡ଼, ୩୦/୦୯:

ଜିଲ୍ଲା ସ୍ତରୀୟ ପୋଷଣ ମାହ ପାଳନ ଉପଲକ୍ଷେ ଛାତ୍ର/ଛାତ୍ରଛାତ୍ରୀଙ୍କ ଦ୍ବାରା ସାଇକେଲ ରାଲି ଓ ସ୍ଵୟଂ ସହାୟକ ଗୋଷ୍ଠୀ ମହିଳାଙ୍କ ଦ୍ବାରା ପଦଯାତ୍ରା କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା।

ଏହି ଅବସର ରେ ଜିଲ୍ଲାପାଳ ଶ୍ରୀ ମନୋଜ ମହାଜନ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଶ୍ରୀ ଦୁଃଖବନ୍ଧୁ ନାୟକ ଉପସ୍ଥିତ ରହି ଏହି ସଚେତନତା ପଦଯାତ୍ରା ଏବଂ ସାଇକେଲ ରାଲି ର ଶୁଭାରମ୍ଭ କରିଥିଲେ ।

କାର୍ଯ୍ୟକ୍ରମ ରେ ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ ଶ୍ରୀମତୀ କ୍ରିଷ୍ଣା କୁମାରୀ ନନ୍ଦ, ସୁରକ୍ଷା ଅଧିକାରୀ ଶ୍ରୀମତୀ ଚୁଲେଶ୍ବରୀ ପଟେଲ ତଥା ଅନ୍ୟାନ୍ୟ ଅଧିକାରୀ ମାନେ ଉପସ୍ଥିତ ଥିଲେ। ଏହି କାର୍ଯ୍ୟକ୍ରମ ରେ ବହୁ ସଂଖ୍ୟକ ସାଇକେଲ ଆରୋହୀ ଏବଂ ସ୍ଵୟଂ ସହାୟକ ଗୋଷ୍ଠୀ ର ମହିଳା ମାନେ ଅଂଶଗ୍ରହଣ କରିଥିଲେ।

କାର୍ଯ୍ୟକ୍ରମ କୁ ପୋଷଣ ର ଜିଲ୍ଲା ସଂଯୋଜକ ଗୁଣସାଗର ପ୍ରଧାନ, ସୁନୀତା ପଟେଲ, ରତିକାନ୍ତ ବଳିଆର ସିଂ ପରିଚାଳନା କରିଥିଲେ।

ରିପୋର୍ଟ – ଦେବେନ୍ଦ୍ର କୁମାର ଭିତ୍ରିଆ

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।