MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଖୋର୍ଦ୍ଧାର ବିଜେଡି ବିଧାୟକ ଜିତୁ ମିତ୍ର ଆଜି ବିଜେପିରେ ସାମିଲ

ମୋଟିଭି ଓଡିଶା : ଆଜି ହେଉଛି ଭୁବନେଶ୍ବର ଲୋକସଭା ପ୍ରଚାରର ଶେଷ ଦିନ। ଏହି ଶେଷ ଦିନରେ ଖୋର୍ଦ୍ଧା ନିର୍ବାଚନ ମଣ୍ଡଳୀର ରାଜନୀତି ଏକ ରୋଚକ ମୋଡ ନେଇଛି। ଖୋର୍ଦ୍ଧାର ବିଜେଡି ବିଧାୟକ ଜିତୁ ମିତ୍ର ଆଜି ବିଜେପିରେ ସାମିଲ ହୋଇଛନ୍ତି। ତାହା ପୁଣି ଏକ ଭିନ୍ନ ଢଙ୍ଗରେ ସେ ବିଜେପିରେ ସାମିଲ ହୋଇଛନ୍ତି।

ଆଜି ଶେଷଦିନରେ ସାଂସଦ ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ ଏବଂ ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦ୍ଦେବ ରୋଡ ସୋ କରୁଥିବା ବେଳେ ସେଥିରେ ସାମିଲ ହୋଇଥିଲେ ଜିତୁ। ଖୋର୍ଦ୍ଧାରେ ବିଜେଡିରୁ ପୁଣି ଥରେ ଟିକେଟ ପାଇବେ ବୋଲି ଜିତୁ ମିତ୍ର ଆଶା କରିଥିଲେ। ହେଲେ ଦଳ ରାଜେନ୍ଦ୍ର ସାହୁଙ୍କୁ ଟିକେଟ ଦେଇଥିଲା।

ତେବେ ସେ ବିଜେଡି ଛାଡିବେ ନାହିଁ ବୋଲି କହିଥିଲେ ମଧ୍ୟ ରାଜେନ୍ଦ୍ରଙ୍କ ପ୍ରଚାରରେ ସାମିଲ ହୋଇ ନ ଥିଲେ। ହେଲେ ଆଜି ହଠାତ ବିଜେପି ରାଲିରେ ସାମିଲ ହେବା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ଆଜି ସେ ଅପରାଜିତା ଏବଂ ପ୍ରଶାନ୍ତ ଜଗଦ୍ଦେବଙ୍କ ପାଇଁ ଭୋଟ ଭିକ୍ଷା କରିଥିଲେ

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।