ଦରଦାମ୍ ବୃଦ୍ଧି ପ୍ରତିବାଦରେ ରାଜରାସ୍ତାକୁ ଓହ୍ଲାଇବ ବିଜୁ ଜନତା ଦଳ। ଲୋକସେବା ଭବନ ଆଗରେ ବଡ଼ ଆନ୍ଦୋଳନ ଡାକରା ଦେଇଛି ବିଜେଡି। ବିଜେପି ଦେଇଥିବା ମିଛ ପ୍ରତିଶୃତି ଓ ବିଫଳ ଅର୍ଥନୈତିକ ପରିଚାଳନାକୁ ଟାର୍ଗେଟ କରି ଲୋୟର ପିଏମଜିଠାରେ କରାଯିବ ଗଣବିକ୍ଷୋଭ । ପରେ ଏହି ଆନ୍ଦୋଳନକୁ ପଞ୍ଚାୟତ ସ୍ତରରେ କରିବ ଦଳ । ଦରଦାମ ବୃଦ୍ଧି ଯୋଗୁଁ ମହିଳା ସର୍ବାଧିକ କ୍ଷତି ସହୁଛନ୍ତି । ହାଣ୍ଡିଶାଳରେ ଚଡକ ପକାଇଛି ମହଙ୍ଗା ମାଡ଼ । ନିର୍ବାଚନ ସମୟରେ ବିଜେପି ଯେଉଁ ଉଜ୍ଜ୍ବଳା ଯୋଜନା କଲେ, ସେଥିରେ ସିଲିଣ୍ଡର ରିଫିଲିଂ ଖର୍ଚ୍ଚ ଅଧିକ ଥିବାରୁ, ମହିଳା ପୁଣି ଥରେ ଚୁଲି ମୁଣ୍ଡକୁ ଠେଲି ହୋଇଗଲେ । ଅନ୍ତର୍ଜାତୀୟ ବଜାରରେ ପେଟ୍ରୋଲ ଦର କମିଲେ ବି ତେଲ ଦର କମୁନାହିଁ।
୨୦୧୪ରୁ କ୍ରମାଗତ ଭାବେ ଦର ଏପରି ବଢି ଚାଲିଛି ଯେ ଲୋକେ ଗାଡ଼ି ଚଲାଇବାକୁ ଭୟ କଲେଣି । ସୁଭଦ୍ରା ଯୋଜନା ଭେଳିକି କରି ଟଙ୍କା ଦିଆଗଲା । ଅନ୍ୟପଟେ ସୁଭଦ୍ରା ନାଁରେ ଡବଲ ପାଇପ ଲଗାଇ ଶୋଷଣ କରାଯାଉଥିବା ବିଜେଡି ଅଭିଯୋଗ କରିଛି ।ମହଙ୍ଗା ମାଡ଼ ବିରୋଧୀ ନାରା ଦେଇ ୨୦୧୪ରେ କେନ୍ଦ୍ରରେ କ୍ଷମତାକୁ ଆସିଥିଲା ବିଜେପି । ହେଲେ ୧୦ ବର୍ଷରୁ ଦରଦାମ ଉପରେ ସରକାରଙ୍କ ନିୟନ୍ତ୍ରଣ ନଥିବା ଅଭିଯୋଗ କରିଛି ବିଜେଡି । ଗତ ୬ ମାସରେ ଦେଶର ମୁଦ୍ରାସ୍ଫୀତି ୩୦ ପ୍ରତିଶତରୁ ଅଧିକ ରହିଛି । ଓଡ଼ିଶାରେ ଏହା ୭ ପ୍ରତିଶତ ରହିଛି । ଗାଁରେ ୮ ପ୍ରତିଶତରେ ପହଞ୍ଚିଛି । ହେଲେ ସରକାରଙ୍କ କୁମ୍ଭକର୍ଣ୍ଣ ନିଦ୍ରା ଭାଙ୍ଗୁ ନଥିବା କଟାକ୍ଷ କରିଛି ବିଜେଡି ।
ମୋ ଟିଭି ଓଡିଶା, ଭୁବନେଶ୍ୱର
More Stories
ଦେଶର ବିଭିନ୍ନ ତୀର୍ଥସ୍ଥାନକୁ ଗଡ଼ିବ ବସ୍।
ରାସନ କାର୍ଡକୁ ନେଇ ଆସିଲା ବଡ ଖବର ।
ଛତିଶଗଡରେ ପୁଣି ଏନକାଉଣ୍ଟର ।