January 24, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଆନ୍ଦୋଳନ ଡାକରା ପ୍ରତ୍ୟାହାର କଲା ବିଜେଡି

ମୋ ଟିଭି ଓଡିଶା / ଭୁବନେଶ୍ୱର :

ଆସନ୍ତାକାଲି ହେବାକୁ ଥିବା ବିଜେଡିର ଆନ୍ଦୋଳନ ପ୍ରତ୍ୟାହୃତ ହୋଇଛି। ଭରତପୁର ମାମଲାରେ ବିଚାର ବିଭାଗୀୟ ତଦନ୍ତ ପାଇଁ ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକ ଦାବି କରିଥିଲେ।

ଏହାକୁ ନେଇ ବିଜେଡି ମହିଳା ମୋର୍ଚ୍ଚ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ସ୍ମାରକ ପତ୍ର ପ୍ରଦାନ କରିଥିଲେ। ଏହାପରେ ଆସନ୍ତାକାଲି ଦଳ ପକ୍ଷରୁ ଭୁବନେଶ୍ୱରରେ ୬ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଥିଲା। ହେଲେ ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ ଦେବା ପରେ ବିଜେଡି ଏହି ଆନ୍ଦୋଳନ ପ୍ରତ୍ୟାହାର କରିଛି।

ସାମୟିକ ଭାବେ ହରତାଳକୁ ପ୍ରତ୍ୟାହାର କରାଯାଇଥିବା ସାମ୍ବାଦିକ ସମ୍ମିଳନୀ କରି ବିଜେଡି ନେତା ଅରୁଣ ସାହୁ ଓ ଦେବୀ ପ୍ରସାଦ ମିଶ୍ର କହିଛନ୍ତି। ନିରପେକ୍ଷ ତଦନ୍ତ କରାଯାଇ ପୀଡିତାଙ୍କୁ ନ୍ୟାୟ ଦିଆଯାଉ ବୋଲି ବିଜେଡି ଦାବି କରିଛି। ଏହି ଘଟଣାକୁ ନେଇ ସାରା ଦେଶରେ ଓଡ଼ିଶା ପୁଲିସର ଛବି ମଳିନ ହୋଇଛି। ତେଣୁ ଦୋଷୀଙ୍କ ବିରୋଧରେ ସରକାର ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ନେବାକୁ ଅରୁଣ ସାହୁ ଦାବି କରିଛନ୍ତି।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।