ମୋଟିଭି ଓଡିଶା : ସାଧାରଣ ନିର୍ବାଚନ- ୨୦୨୪ ଫଳାଫଳ ପ୍ରକାଶ ପାଇବା ପରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ କାର୍ଡ(BSKY)କୁ ନେଇ ଅନେକ ଅଭିଯୋଗ ସାମ୍ନାକୁ ଆସୁଛି | ରାଜ୍ୟର କିଛି ଘରୋଇ ହସ୍ପିଟାଲଗୋଡ଼ିକ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ କାର୍ଡ ବନ୍ଦ ହୋଇଗଲା କହି ଚିକିତ୍ସା ଯୋଗାଇ ନଦେଇ ରୋଗୀଙ୍କୁ ଫେରାଇ ଦେଉଛନ୍ତି ବୋଲି ବିଭିନ୍ନ ଗଣମାଧ୍ୟମରେ ଅଭିଯୋଗ ଆସୁଛି | ଏହା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ବୋଲି ରାଜ୍ୟ ସଭାପତି ମନମୋହନ ସାମଲ କହିଛନ୍ତି | ରୋଗୀ ଓ ରୋଗର କୌଣସି ଜାତି, ଧର୍ମ ଓ ଦଳ ନାହିଁ | ସାଧାରଣ ନାଗରିକଙ୍କୁ ସ୍ୱାସ୍ଥ୍ୟ ସେବା ଯୋଗାଇ ଦେବା ପ୍ରତେକ ସରକାରର ପ୍ରାଥମିକତା | ସରକାର ପରିବର୍ତ୍ତନ ଏକ ନିରନ୍ତର ପ୍ରକ୍ରିୟା। ଏହି ଅଳରେ ଲୋକଙ୍କ ମନରେ ଦ୍ୱନ୍ଦ୍ୱ ସୃଷ୍ଟି କରାଯାଇ ଚିକିତ୍ସା ସେବାରୁ ବଞ୍ଚିତ ରଖାଯିବା ହେଉଛି ଏକ ସାମାଜିକ ଏବଂ ବୈଧାନିକ ଅପରାଧ | ଏଭଳି ସାମାଜିକ ଅପରାଧ କ୍ଷନ୍ତ ରହି ରୋଗୀମାନଙ୍କୁ ଉପଯୁକ୍ତ ଏବଂ ଉନ୍ନତମାନର ସେବା ଓଡ଼ିଶାବାସୀଙ୍କୁ ଯୋଗାଇ ଦେବା ପାଇଁ କହିବା ସହିତ ପ୍ରଶାସନ ଏଭଳି ମିଥ୍ୟା ଗୁଜବ ପ୍ରତି ସତର୍କ ଦୃଷ୍ଟି ରଖିବାକୁ ରାଜ୍ୟ ସଭାପତି ଶ୍ରୀ ସାମଲ କହିଛନ୍ତି |

More Stories
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ପରିଦର୍ଶନ
ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ
ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର।