MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ବିଜେପି ସରକାରର ମନ୍ତ୍ରୀମାନଙ୍କୁ ମିଳିଲା ପିଏସ୍…..

ମୋ ଟିଭି ଓଡିଶା / ଭୁବନେଶ୍ୱର :

ରାଜ୍ୟର ପ୍ରଥମ ବିଜେପି ସରକାରର ବିଭିନ୍ନ ମନ୍ତ୍ରୀମାନଙ୍କୁ ଆଜି ବ୍ୟକ୍ତିଗତ ସଚିବ (ପିଏସ୍ ) ଯୋଗାଇ ଦିଆଯାଇଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅତିରିକ୍ତ ମୁଖ୍ୟ ସଚିବ ଭାବେ ନିକୁଞ୍ଜ ବିହାରୀ ଧଳ ଦାୟିତ୍ୱ ନେଇଥିଲେ | ଏହାପରେ ୫ଜଣ ମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ବ୍ୟକ୍ତିଗତ ସଚିବ ଓ ୨ଜଣ ମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଓଏଏସଡି ଭାବେ ଓଏଏସ ଅଫିସରଙ୍କୁ ଅବସ୍ଥାପିତ କରାଯାଇଛି । ମଙ୍ଗଳବାର ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ବ୍ୟକ୍ତିଗତ ସଚିବ ଭାବେ ବରିଷ୍ଠ ଓଏଏସ୍ ପ୍ରଦୀପ କୁମାର ସାହୁଙ୍କୁ ନିଯୁକ୍ତି ମିଳିଛି । ଶ୍ରୀ ସାହୁ ଏବେ କୃଷି ଓ କୃଷକ କଲ୍ୟାଣ ବିଭାଗର ଅତିରିକ୍ତ ସଚିବ ଭାବେ କାର୍ଯ୍ୟ କରୁଛନ୍ତି । ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ବ୍ୟକ୍ତିଗତ ସଚିବ ଭାବେ ଓଏଏସ୍ ଅଫିସର ବିଶ୍ୱରଂଜନ ରଥଙ୍କୁ ଅବସ୍ଥାପିତ କରାଯାଇଛି । ଶ୍ରୀ ରଥ ଏବେ ବିଡିଏରେ ଯୁଗ୍ମ କମିଶନର ଭାବେ କାର୍ଯ୍ୟ କରୁଛନ୍ତି । ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ବ୍ୟକ୍ତିଗତ ସଚିବ ଭାବେ ଓଏଏସ୍ ମହେନ୍ଦ୍ର ପଣ୍ଡାଙ୍କୁ ଅବସ୍ଥାପିତ କରାଯାଇଛି । ଶ୍ରୀ ପଣ୍ଡା ଏବେ ଭୁବନେଶ୍ୱର ଉପଜିଲ୍ଲାପାଳ ଭାବେ କାର୍ଯ୍ୟରତ ଅଛନ୍ତି । ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ବ୍ୟକ୍ତିଗତ ସଚିବ ଭାବେ ରାୟଗଡ଼ାର ଅତିରିକ୍ତ ଜିଲ୍ଲାପାଳ ତ୍ରିନାଥ ମାଝୀଙ୍କୁ ନିଯୁକ୍ତି ମିଳିଛି । ମତ୍ସ୍ୟ ଓ ପଶୁସମ୍ପଦ, ଏମଏସଏମଇ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକଙ୍କ କାର୍ଯ୍ୟାଳୟରେ ଓଏସଡି ଭାବେ ଓଏଏସ୍ ପ୍ରତାପ ଚନ୍ଦ୍ର ପ୍ରଧାନଙ୍କୁ ଅବସ୍ଥାପିତ କରାଯାଇଛି । ଶ୍ରୀ ପ୍ରଧାନ ଏବେ ଗଞ୍ଜାମ ଜିଲ୍ଲାପରିଷଦର ଅତିରିକ୍ତ କାର୍ଯ୍ୟନିର୍ବାହୀ ଅଫିସର ଅଛନ୍ତି । ଉଚ୍ଚଶିକ୍ଷା ଓ କ୍ରୀଡ଼ା ଯୁବବ୍ୟାପାର ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ କାର୍ଯ୍ୟାଳୟର ଓଏସଡି ଭାବେ ଓଏଏସ୍ ଅଫିସର ସମ୍ପଦ କୁମାର ଦଳାଇଙ୍କୁ ନିଯୁକ୍ତି ମିଳିଛି । ଶ୍ରୀ ଦଳାଇ ଏବେ ଓସଡମାରେ ଜେନେରାଲ ମ୍ୟାନେଜର ଭାବେ କାର୍ଯ୍ୟ କରୁଛନ୍ତି ।

ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀଙ୍କ କାର୍ଯ୍ୟାଳୟର ଅତିରିକ୍ତ ମୁଖ୍ୟ ସଚିବ ଭାବେ ବରିଷ୍ଠ ଆଇଏଏସ୍ ଶ୍ରୀ ଧଳ ଅବସ୍ଥାପିତ ହୋଇଛନ୍ତି । ଖୁବଶୀଘ୍ର ଅନ୍ୟ ଜଣେ ଓଡ଼ିଆ ଆଇଏଏସ୍ ଅଫିସର ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତି ପାଇବେ ବୋଲି ଜଣାପଡ଼ିଛି । ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡ଼ାଙ୍କ କାର୍ଯ୍ୟାଳୟରେ ଓଏସଡି(ଅଫିସର ଅନ ସ୍ପେଶାଲ ଡ୍ୟୁଟି) ଭାବେ ଓଏଏସ୍ ଅଫିସର ମନୋଜ କୁମାର ବେହେରାଙ୍କୁ ନିଯୁକ୍ତି ମିଳିଛି । ବିଡିଏ ଲ୍ୟାଣ୍ଡ ଅଫିସର ଶ୍ରୀ ବେହେରାଙ୍କୁ ଗତ ସପ୍ତାହରେ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡ଼ାଙ୍କ କାର୍ଯ୍ୟାଳୟକୁ ବଦଳି ହୋଇଥିଲେ । ଆଇନ ଓ ପୂର୍ତ୍ତ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ବ୍ୟକ୍ତିଗତ ସଚିବ ଭାବେ ଓଏଏସ୍ ଅଫିସର ସମ୍ବିତ କୁମାର ଗଡ଼ନାୟକଙ୍କୁ ନିଯୁକ୍ତି ମିଳିଛି । ଶ୍ରୀ ଗଡ଼ନାୟକ ଏବେ ଭଦ୍ରକ ଅତିରିକ୍ତ ଜିଲ୍ଲାପାଳ ଭାବେ କାର୍ଯ୍ୟରତ ଅଛନ୍ତି ।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।