January 26, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ରାଜ୍ୟରେ ବିଜେପି ପାଳିବ ‘ହର ଘର ତ୍ରିିରଙ୍ଗା’

ମୋ ଟିଭି ଓଡିଶା ବ୍ୟୁରୋ :

ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡାଙ୍କ ନିର୍ଦେଶକ୍ରମେ ଦେଶ ପାଇଁ ପ୍ରାଣବଳି ଦେଇଥିବା ଓ କାରାବରଣ କରିଥିବା ବ୍ୟକ୍ତିଙ୍କୁ ସ୍ମରଣ ପାଇଁ ଆସନ୍ତା ୯ରେ କ୍ରାନ୍ତି ଦିବସ ପାଳନ କରାଯିବ। ଏହି ଅବସରରେ ପ୍ରତ୍ୟେକ ଜିଲାରେ ସାଇକଲ ଯାତ୍ରା, ପଦଯାତ୍ରା, ବାଇକ୍‌ ରାଲି ଅନୁଷ୍ଠିତ ହେବ। ସେହିପରି ୧୧ ରୁ ୧୪ ତାରିଖ ପର୍ଯ୍ୟନ୍ତ ତ୍ରିରଙ୍ଗା ଯାତ୍ରା, ସ୍ୱଚ୍ଛତା ଅଭିଯାନ, ୧୩ ରୁ ୧୫ ଅଗଷ୍ଟ ପର୍ଯ୍ୟନ୍ତ ପ୍ରତ୍ୟେକ ଘର ଓ ଅନୁଷ୍ଠାନରେ ‘ହର୍‌ ଘର ତ୍ରିରଙ୍ଗା’ ଉତ୍ତୋଳନ କରାଯିବା ସହିତ ମହାପୁରୁଷ ଏବଂ ବରପୁତ୍ରଙ୍କ ପ୍ରତିମୂର୍ତ୍ତି ଓ ସ୍ମାରକୀରେ ମାଲ୍ୟାର୍ପଣ କରାଯିବ ବୋଲି ରାଜ୍ୟ ସଭାପତି ମନମୋହନ ସାମଲ ରାଜ୍ୟ କାର୍ଯ୍ୟାଳୟରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି। ୧୪ ଅଗଷ୍ଟକୁ ‘ବିଭାଜନ ବିଭୀଷିକା ସ୍ମୃତି ଦିବସ’ ଭାବେ ପାଳନ କରାଯିବା ସହିତ ସନ୍ଧ୍ୟାରେ ନିରବ ଶୋଭାଯାତ୍ରା ଅନୁଷ୍ଠିତ ହେବ। ୧୬ରେ ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ୱର୍ଗତ ଅଟଳ ବିହାରୀ ବାଜପେୟୀଙ୍କ ପୁଣ୍ୟତିଥି ପାଳନ କରାଯିବା ସହିତ ୧୯ରେ ରକ୍ଷାବନ୍ଧନ ଉତ୍ସବ ମଣ୍ଡଳସ୍ତରରୁ ରାଜ୍ୟ ପର୍ଯ୍ୟନ୍ତ ପାଳନ କରାଯିବ। ରାଜ୍ୟବାସୀ ସମସ୍ତ କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ରାଜ୍ୟ ସଭାପତି ଶ୍ରୀ ସାମଲ ନିବେଦନ କରିଛନ୍ତି । ଏହି ସାମ୍ବାଦିକ ସମ୍ମିଳନୀରେ ରାଜ୍ୟ ଉପସଭାପତି ବିରଞ୍ଚି ତ୍ରିପାଠୀ, ଡା.ପୂର୍ଣ୍ଣଚନ୍ଦ୍ର ମହାପାତ୍ର, ରାଜ୍ୟ ସାଧାରଣ ସମ୍ପାଦକ ଶାରଦା ପ୍ରସାଦ ଶତପଥୀ ଓ ସୀମାଞ୍ଚଳ ଖଟେଇ ପ୍ରମୁଖ ଉପସ୍ଥିତ ଥିଲେ।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।