MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

BMC ଡ୍ରେନେଜ୍‌ ଡିଭିଜନ ସହକାରୀ ଯନ୍ତ୍ରୀ ନିଲମ୍ବିତ…..

ମୋ ଟିଭି ଓଡିଶା / ଭୁବନେଶ୍ୱର :

ରାଜଧାନୀ ଡ୍ରେନ୍‌ରେ ଭାସିଯାଇ ନାବାଳକ ମୃତ୍ୟୁ ଘଟଣାରେ ରାଜ୍ୟ ସରକାର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଏହି ଘଟଣାରେ ଗୁରୁବାର ଭୁବନେଶ୍ୱର ମହାନଗର ନିଗମ(ବିଏମ୍‍ସି)ର ଡ୍ରେନେଜ୍‌ ଡିଭିଜନରେ କାର୍ଯ୍ୟରତ ସହକାରୀ ଯନ୍ତ୍ରୀ ସନ୍ତୋଷ କୁମାର ଦାସଙ୍କୁ ନିଲମ୍ବନ କରାଯାଇଛି। ଗତ ୧୮ ତାରିଖରେ ତିନି ନମ୍ବର ୟୁନିଟ୍‍ ଅଞ୍ଚଳରେ ଜଣେ ୯ ବର୍ଷର ବାଳକ ଖୋଲା ଡ୍ରେନ୍‌ରେ ଭାସିଯାଇ ମୃତ୍ୟୁବରଣ କରିଥିଲେ। ଡ୍ରେନ୍‌ରେ ଭାସୁଥିବା ଗୋଟିଏ ବେଲୁନ୍‍ ଆଣିବାକୁ ଯାଇ ନାବାଳକ ଜଣକ ଏଭଳି ଦୁର୍ଘଟଣାର ଶିକାର ହୋଇଥିଲା।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଘଟଣାରେ ଦୁଃଖ ପ୍ରକାଶ କରିବା ସହିତ ମୃତ ନାବାଳକଙ୍କ ପରିବାର ପାଇଁ ୪ ଲକ୍ଷ ଟଙ୍କାର ସହାୟତା ଘୋଷଣା କରିଥିଲେ। ରାଜ୍ୟ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡାକ୍ତର କୃଷ୍ଣଚନ୍ଦ୍ର ମହାପାତ୍ର ଘଟଣାସ୍ଥଳ ପରିଦର୍ଶନ କରିବା ସହିତ କର୍ତ୍ତୃପକ୍ଷଙ୍କଠାରୁ ଏ ସଂକ୍ରାନ୍ତୀୟ ରିପୋର୍ଟ ତଲବ କରିଥିଲେ। ଏହି ଘଟଣାରେ ଦୋଷୀଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମନ୍ତ୍ରୀ କହିଥିଲେ। କର୍ତ୍ତୃପକ୍ଷ ମଧ୍ୟ ତୁରନ୍ତ ଘଟଣାର ସରଜମିନ ତଦନ୍ତ କରି ରିପୋର୍ଟ ଦେଇଥିଲେ। ଋିପୋର୍ଟଟି ହସ୍ତଗତ ହେବାପରେ ଆଜି ସରକାରଙ୍କ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଯେଉଁ ସ୍ଥାନରେ ପିଲାଟି ଡ୍ରେନ୍‌ରେ ପଡି ଭାସି ଯାଇଥିଲା ସେହି ସ୍ଥାନରେ ବାଡ ଲଗାଯାଇନଥିବା ରିପୋର୍ଟରେ ଦର୍ଶାଯାଇଛି। ଏଭଳି ସମ୍ବେଦନଶୀଳ ସ୍ଥାନରେ ବାଡ ନଲଗାଇବା ପାଇଁ ୫ ନମ୍ବର ଡ୍ରେନ୍‌ ଡିଭିଜନ ଦାୟିତ୍ୱରେ ଥିବା ସହକାରୀ ଯନ୍ତ୍ରୀ ଶ୍ରୀ ଦାସଙ୍କୁ ଦାୟୀ କରାଯାଇଛି। ତଦନୁଯାୟୀ ରାଜ୍ୟ ସରକାର କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ ସହିତ ଶ୍ରୀ ଦାସଙ୍କୁ ନିଲମ୍ବନ କରିଛନ୍ତି।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।