MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ବୋଲେରୋ ଗାଡି କୁ ଧକ୍କା ଦେଲା ଟ୍ରକ, ଡ୍ରାଇଭର ମୃତ, ରୋଗୀ ସମେତ ୩ ଗୁରୁତର।

ମୋ ଟିଭି ଓଡିଶା / କଳାହାଣ୍ଡି : ୨୩/୦୮


ଆଜି ସକାଳୁ ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣା ଘଟି ଯାଇଛି। କଳାହାଣ୍ଡି ଜିଲ୍ଲା ଜାତୀୟ ରାଜପଥ ୨୬ ଜୁନାଗଡ଼ ଥାନା ଅନ୍ତର୍ଗତ ମଥୁରା ନିକଟରେ ରୋଗୀ ନେଇ ଆସୁଥିବା ଏକ ବୋଲେରୋ ଗାଡି କୁ ଏକ ଟ୍ରକ ଧକ୍କା ଦେବାଫଳରେ ଘଟଣାସ୍ଥଳରେ ବୋଲେରୋ ଡ୍ରାଇଭର ଙ୍କ ମୃତ୍ୟୁ ହୋଇଛି।

ମୃତ ଡ୍ରାଇଭର ହେଉଛନ୍ତି କଲମପୁର ବ୍ଲକ ବିଟିକୋଟ ଗ୍ରାମ ର ଦିଲୀପ ନାଏକ ବୋଲି ସୂଚନା ମିଳିଛି। ଆଜି ମହୁଳପାଟଣାରୁ ରୋଗୀ ନେଇ ଭବାନୀପାଟଣା ମେଡିକାଲ କୁ ନେବା ସମୟରେ ଦୁର୍ଘଟଣା ଘଟିଥିଲା।

ଦୁର୍ଘଟଣାରେ ରୋଗୀ ସମେତ ଆଉ ୩ ଜଣ ଗୁରୁତର ହୋଇଥିବା ବେଳେ ସ୍ଥାନୀୟ ଲୋକମାନେ ଉଦ୍ଧାର କରି ସମସ୍ତଙ୍କୁ ଆମ୍ବୁଲାନ୍ସ ରେ ଜୁନାଗଡ଼ ଡ଼ାକ୍ତର ଖାନା ରେ ନେଇ ଭର୍ତ୍ତି କରାଯାଇଛି। ଜୁନାଗଡ଼ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛନ୍ତି।
ରିପୋର୍ଟ–ସନତ ପ୍ରଧାନୀ(କଳାହାଣ୍ଡି)

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।