MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଆଜି ଉଭୟ ରାଜ୍ୟ ଓ କେନ୍ଦ୍ର କ୍ୟାବିନେଟ୍‌ ବୈଠକ

ମୋ ଟିଭି ଓଡିଶା ବ୍ୟୁରୋ :

ଆଜି ଅନୁଷ୍ଠିତ ହେବ ମୋହନ ସରକାରଙ୍କ ତୃତୀୟ କ୍ୟାବିନେଟ୍‌ ଓ ମନ୍ତ୍ରୀ ପରିଷଦ ବୈଠକ। ବିଧାନସଭାର ବଜେଟ୍‌ ଅଧିବେଶନ ପୂର୍ବରୁ ଏହି ବୈଠକଦ୍ୱୟ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି କୁହାଯାଉଛି। ବୈଠକରେ ପ୍ରାୟ ୨.୯ ଲକ୍ଷ କୋଟି ଟଙ୍କାର ବଜେଟ୍‌ ପ୍ରସ୍ତାବ ଉପରେ ମନ୍ତ୍ରୀ ପରିଷଦର ଅନୁମୋଦନ ଲୋଡ଼ାଯିବ। ଏହା ସହିତ ସରକାରଙ୍କ ୧୦୦ ଦିନିଆ କାର୍ଯ୍ୟଖସଡ଼ା ସମ୍ପର୍କରେ ମଧ୍ୟ ଆଲୋଚନା ହୋଇପାରେ ବୋଲି କୁହାଯାଉଛି। ରାଜ୍ୟ ସରକାରଙ୍କ ପ୍ରଥମ କ୍ୟାବିନେଟ୍‌ ବୈଠକରେ ଧାନର ଏମ୍‌ଏସ୍‌ପି ବୃଦ୍ଧି, ସେପ୍ଟେମ୍ବରରୁ ସୁଭଦ୍ରା ଯୋଜନା ପ୍ରଚଳନ ଆଦି ନିଷ୍ପତ୍ତି ହୋଇଛି। ଦ୍ୱିତୀୟ କ୍ୟାବିନେଟ୍‌ରେ ୫ଟି ପ୍ରସ୍ତାବକୁ ଅନୁମୋଦନ କରାଯାଇଛି। ଯେଉଁଥିରୁ ପୂର୍ବ ସରକାର ସମୟରେ ଗ୍ରହଣ କରାଯାଇଥିବା ମଜୁରୀ ବୃଦ୍ଧି, ଶିକ୍ଷକ ନିଯୁକ୍ତି ଆଦି ପ୍ରସଙ୍ଗ ଅନ୍ତର୍ଭୁକ୍ତ ରହିଥିଲା।

ମାତ୍ର ଆଜି ଅନୁଷ୍ଠିତ ହେବାକୁ ଥିବା ବୈଠକ ଅନେକ ଦୃଷ୍ଟିରୁ ଗୁରୁତ୍ୱପୂର୍ଣ୍ଣ ମନେ କରାଯାଉଛି। ନିର୍ବାଚନ ପୂର୍ବରୁ ଦଳ କ୍ଷମତାକୁ ଆସିଲେ ୨୧ଟି ପ୍ରମୁଖ ପ୍ରତିଶ୍ରୁତି ଘୋଷଣା କରିଥିଲା। ଏହାର ଅନୁପାଳନ ସରକାରଙ୍କ ପାଇଁ ସବୁଠାରୁ ବଡ଼ ଆହ୍ୱାନ ରହିଛି। କେବଳ ୩ଟି ପ୍ରତିଶ୍ରୁତି ଅନୁପାଳନ କରିବାକୁ ହେଲେ ରାଜ୍ୟ ସରକାରଙ୍କୁ ଚଳିତ ଆର୍ଥିକ ବର୍ଷରେ ଅନ୍ୟୂନ ୩୦ ହଜାରରୁ ୪୦ ହଜାର କୋଟି ଟଙ୍କା କରଜ କରିବାକୁ ପଡ଼ିବ। ଯଦି ବିଜେଡି ସରକାର ସମୟରେ ପ୍ରଚଳିତ ବିଏସ୍‌କେୱାଇ, କାଳିଆ, ବଳିଆ ପରି ଯୋଜନାଗୁଡ଼ିକୁ ବନ୍ଦ କରାଯାଏ, ତେବେ ହୁଏତ ଏହି କରଜ ପରିମାଣ କିଛିଟା ହ୍ରାସ ପାଇପାରେ। ଏହି ପରିପ୍ରେକ୍ଷୀରେ ଆସନ୍ତାକାଲି ହେବାକୁଥିବା ମନ୍ତ୍ରୀ ପରିଷଦ ଓ କ୍ୟାବିନେଟ୍‌ ବୈଠକ ଉପରେ ସମସ୍ତଙ୍କ ଦୃଷ୍ଟି ନିବଦ୍ଧ ହୋଇଛି।

ସେହିପରି ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ କେନ୍ଦ୍ର କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ ବୋଲି  ସୂଚନା ଦିଆଯାଇଛି। ଆସନ୍ତା ୨୨ ତାରିଖରୁ ସଂସଦର ମୌସୁମୀ ଅଧÒବେଶନ ଆରମ୍ଭ ହେବା ସହିତ ୨୩ ତାରିଖରେ ବଜେଟ୍‌ ଉପସ୍ଥାପନ ହେବାକୁ ଥିବାରୁ ବହୁ ଗୁରୁତ୍ବପୂର୍ଣ୍ଣ ପ୍ରସଙ୍ଗରେ ଏହି ବୈଠକରେ ଆଲୋଚନା କରାଯିବାର ସମ୍ଭାବନା ରହିଛି। ବିଶେଷକରି ମୌସୁମୀ ଅଧିବେଶନ କାଳରେ ବିଭିନ୍ନ ପ୍ରସଙ୍ଗକୁ ନେଇ ବିରୋଧୀ କେନ୍ଦ୍ର ସରକାରଙ୍କୁ ଘେରିବାକୁ ପ୍ରସ୍ତୁତ ହେଉଥିବାରୁ ସ୍ଥିତି ମୁକାବିଲା କରିବା ଲାଗି ଆବଶ୍ୟକ ରଣନୀତି ପ୍ରସ୍ତୁତ କରିବା ଦିଗରେ ଏହି ବୈଠକରେ ଆଲୋଚନା ହୋଇପାରେ ବୋଲି କୁହାଯାଉଛି। ମୌସୁମୀ ଅଧିବେଶନ ଆରମ୍ଭ ହେବା ପୂର୍ବରୁ ୨୧ ତାରିଖରେ କେନ୍ଦ୍ର ସରକାର ସର୍ବଦଳୀୟ ବୈଠକ ଡାକିଛନ୍ତି। ଏହି ବୈଠକରେ ମଧ୍ୟ ସବୁ ବିରୋଧୀ ଏକାଠି ହୋଇ ସରକାରଙ୍କୁ ଘେରିବାକୁ ରଣନୀତି ପ୍ରସ୍ତୁତ କରିବେ ବୋଲି କୁହାଯାଉଛି।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।