February 24, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ରାଜ୍ୟରେ ବିଏସକେୱାଇ ଯୋଜନା ବନ୍ଦ ହେବ, ଆୟୁଷ୍ମାନ ଯୋଜନା ଲାଗୁ ହେବ ।

ମୋଟିଭି ଓଡିଶା : ରାଜ୍ୟରେ ବନ୍ଦ ହେବ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସକେୱାଇ)। ଏହା ବଦଳରେ କେନ୍ଦ୍ର ସରକାରଙ୍କ ଆୟୁଷ୍ମାନ ଭାରତ ଯୋଜନା ଲାଗୁ କରାଯିବ। ବିଜେପିର ରାଜ୍ୟ ସଭାପତି ମନମୋହନ ସାମଲ ବୁଧବାର ଏ ନେଇ ଘୋଷଣା କରିଛନ୍ତି। ମନମୋହନ କହିଛନ୍ତି, ବିଏସକେୱାଇ ଅଧୀନରେ ଜନସାଧାରଣଙ୍କୁ କମ୍‌‌ ସୁବିଧା ମିଳୁଥିଲା। କିନ୍ତୁ ଆୟୁଷ୍ମାନ ଭାରତ ଯୋଜନା ଲାଗୁ ହେବା ପରେ ଲୋକଙ୍କୁ ଅଧିକ ସୁବିଧା ମିଳିବ। ରାଜ୍ୟର ପ୍ରତ୍ୟେକ ଜନସାଧାରଣ କେନ୍ଦ୍ର ସରକାରଙ୍କ ଏହି ଯୋଜନା ଦ୍ୱାରା ଉପକୃତ ହୋଇପାରିବେ ବୋଲି ମନମୋହନ କହିଛନ୍ତି।

ସୂଚନାଯୋଗ୍ୟ, ବିଜେଡି ସରକାର ସମୟରେ ରାଜ୍ୟ ସରକାର ବିଏସକେୱାଇ ଲାଗୁ କରିଥିଲେ। ଗରିବ ଏବଂ ମଧ୍ୟବିତ୍ତ ପରିବାର ଲୋକଙ୍କୁ ଏହି ଯୋଜନାରେ ସରକାରୀ ଏବଂ ଘରୋଇ ଡାକ୍ତରଖାନାରେ ମାଗଣା ଚିକିତ୍ସା ସୁବିଧା ମିଳୁଥିଲା। ବିଜେଡି ସରକାର ସମୟରେ କେନ୍ଦ୍ର ସରକାର ଓଡ଼ିଶାରେ ଆୟୁଷ୍ମାନ ଭାରତ ଯୋଜନା ଲାଗୁ କରିବାକୁ ଉଦ୍ୟମ କରିଥିଲେ। କିନ୍ତୁ ତାହା ସଫଳ ହୋଇପାରି ନ ଥିଲା।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।