MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଗର୍ଭବତୀ କର୍ମଚାରୀଙ୍କୁ ମେଡିକାଲ ଛାଡ଼ିଲେନି ସିଡିପିଓ……

ଏଭଳି ଅଭାବନୀୟ ଘଟଣା ଘଟିଛି କେନ୍ଦ୍ରାପଡା ଜିଲ୍ଲା ଡେରାବିଶ ବ୍ଲକ ମହିଳା ଓ ଶିଶୁ ବିକାଶ ବିଭାଗରେ। ଅଫିସରେ ଗର୍ଭ ଯନ୍ତ୍ରଣାରେ ଛଟପଟ ହେଲେ ମହିଳା କର୍ମଚାରୀ ଜଣକ ଓ ଶେଷରେ ଗର୍ଭରେ ହିଁ ଚାଲିଗଲା ଶିଶୁର ଜୀବନ।

କେନ୍ଦ୍ରାପଡ଼ା :

ମହିଳା ହୋଇ ବି ଜାଣି ପାରିଲେନି ଅନ୍ୟ ଜଣେ ଗର୍ଭବତୀ ମହିଳାଙ୍କ ଯନ୍ତ୍ରଣା। ଆଉ ନିଜ ପଦ ତଥା କ୍ଷମତାର ଅପବ୍ୟବହାର କରି ନିଜର ଜଣେ ଅଧୀନସ୍ଥ ଗର୍ଭବତୀ ମହିଳା କର୍ମଚାରୀଙ୍କୁ ମେଡିକାଲ ଯିବାକୁ ଅନୁମତି ଦେଲେନି।

ଏଭଳି ଅଭାବନୀୟ ଘଟଣା ଘଟିଛି କେନ୍ଦ୍ରାପଡା ଜିଲ୍ଲା ଡେରାବିଶ ବ୍ଲକ ମହିଳା ଓ ଶିଶୁ ବିକାଶ ବିଭାଗରେ। ଅଫିସରେ ଗର୍ଭ ଯନ୍ତ୍ରଣାରେ ଛଟପଟ ହେଲେ ମହିଳା କର୍ମଚାରୀ ଜଣକ ଓ ଶେଷରେ ଗର୍ଭରେ ହିଁ ଚାଲିଗଲା ଶିଶୁର ଜୀବନ।

ଏଠାରେ କାର୍ଯ୍ୟରତ କିରାଣୀ ବର୍ଷା ପ୍ରିୟଦର୍ଶିନୀ ମହାପାତ୍ର ୭ ମାସର ଗର୍ଭବତୀ ଥିଲେ। ମାତ୍ର ସେ ନିୟମିତ କାର୍ଯ୍ୟାଳୟ ଆସି କାମ କରୁଥିଲେ। ଗତ ୨୫ ତାରିଖରେ ସେ କାର୍ଯ୍ୟାଳୟରେ ଥିବାବେଳେ ଗର୍ଭ ଯନ୍ତ୍ରଣା ଆରମ୍ଭ ହୋଇଥିଲା। ତାଙ୍କୁ ତୁରନ୍ତ ଡାକ୍ତରଖାନା ନେବାକୁ ବର୍ଷା ବିଭାଗୀୟ ଅଧିକାରୀ ତଥା CDPO ସ୍ନେହଲତା ସାହୁଙ୍କୁ ନିବେଦନ କରିଥିଲେ। କିନ୍ତୁ ସିଡିପିଓ ତାଙ୍କୁ ମେଡିକାଲ ନ ଛାଡ଼ି ବରଂ ଖରାପ ବ୍ୟବହାର ପ୍ରଦର୍ଶନ କରିଥିବା ଓ ଗାଳିଗୁଲଜ କରିଥିବା ଅଭିଯୋଗ କରିଛନ୍ତି ବର୍ଷା। ଅତ୍ୟଧିକ ଗର୍ଭଯନ୍ତ୍ରଣା ଯୋଗୁଁ ବର୍ଷା ଅସୁସ୍ଥ ହୋଇ ପଡ଼ିବାରୁ ଖବର ପାଇ ତାଙ୍କ ପରିବାର ଲୋକେ ଗୁରୁତର ଅବସ୍ଥାରେ ତାଙ୍କୁ ଏକ ଘରୋଇ ହସ୍ପିଟାଲକୁ ନେଇଥିଲେ। ସେତେବେଳକୁ ବହୁ ବିଳମ୍ବ ହୋଇ ଯାଇଥିଲା ଓ ତାଙ୍କ ଗର୍ଭରେ ଥିବା ଶିଶୁର ମୃତ୍ୟୁ ଘଟିଥିବା ଡାକ୍ତର କହିଥିଲେ।

ଏହାପରେ ବର୍ଷା ଜିଲ୍ଲାପାଳ ଓ ଏସପିଙ୍କୁ ଲିଖିତ ଅଭିଯୋଗ କରିବା ସହ ଉଚ୍ଚସ୍ତରୀୟ କାର୍ଯ୍ୟାନୁଷ୍ଠାନ ପାଇଁ ଦାବି କରିଛନ୍ତି। ବର୍ଷା କହିଛନ୍ତି, ବେଆଇନ କାମ କରିବାକୁ ମୋ’ ଉପରେ ଚାପ ପକାଉଥିଲେ। ମୁଁ ସେଥିରେ ରାଜି ହେଉ ନ ଥିବାରୁ ସେ ମୋତେ ଟାର୍ଗେଟ କରି ମୋ’ ଉପରେ ରାଗ ରଖୁଥିଲେ। ଆଉ ଘଟଣା ଦିନ ମୁଁ ଯନ୍ତ୍ରଣାରେ ଛଟପଟ ହେଉଥିବା ବେଳେ ସେ ମୋତେ ମେଡିକାଲ ଛାଡ଼ିଲେନାହିଁ। ତେଣୁ ସେ ହିଁ ମୋ’ ଛୁଆର ହତ୍ୟାକାରୀ। ତେଣୁ ସିଡିପିଓଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି କରିଛନ୍ତି ବର୍ଷା। ଏନେଇ ସିଡିପିଓଙ୍କ ମତାମତ ମିଳି ପାରିନି।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।