February 2, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ବିଶ୍ବ ସାକ୍ଷରତା ଦିବସ ପାଳନ


ବାଲିଗୁଡ଼ା:(ମୋ ଟିଭି ଓଡିଶା/ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ଠାରେ ବିଶ୍ବ ସାକ୍ଷରତା ଦିବସ ପାଳନ ହୋଇଯାଇଛି । କ.ନୁଆଗାଁ ବ୍ଲକ୍ ଗୋଷ୍ଠୀ ଶିକ୍ଷାଧିକାରୀ ପ୍ରମୋଦ କୁମାର ମଲ୍ଲିକ, ଏନଆଇ ଏଲପିର ମୁଖ୍ୟ ତଥା ସହକାରୀ ଗୋଷ୍ଠୀ ଶିକ୍ଷାଧିକାରୀ ହରିହର ମଲ୍ଲିକ ଓ ସଂଯୋଜକ ସୁଜିତ୍ କୁମାର ଦାସଙ୍କ ପ୍ରତ୍ୟକ୍ଷ ତତ୍ବାବଧାନରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିବା ବେଳେ ସମସ୍ତ ସିଆରସିସି,ସମସ୍ତ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଓ ସହକାରୀ ଶିକ୍ଷକ, ଶିକ୍ଷୟିତ୍ରୀ ସ୍ବେଚ୍ଛାସେବୀ ଶିକ୍ଷକ, ଶିକ୍ଷୟିତ୍ରୀଙ୍କ ସହଯୋଗରେ ସାକ୍ଷରତା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।

ଏହି ଅବସରରେ ବିଭିନ୍ନ ବିଦ୍ୟାଳୟର ୮୦୦ ରୁ ଉର୍ଦ୍ଧ୍ୱ ଛାତ୍ରଛାତ୍ରୀ ସାମିଲ୍ ହୋଇ ପୁରୁଣା ନୁଆଗାଁ ଠାରୁ ଏକ ରାଲିରେ ବାହାରି ସାକ୍ଷରତା ସଚେତନତା ସ୍ଲୋଗାନ ଦେଇ କଞ୍ଜାମେଣ୍ଡି ଯାଏଁ ପହଞ୍ଚିଥିଲେ । ସେଠାରୁ ପୁଣି କ.ନୂଆଗାଁ ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଆୟୋଜିତ ଏକ ସାଧାରଣ ସଭାରେ ସମସ୍ତେ ସାମିଲ୍ ହୋଇଥିଲେ । ସେଠାରେ ସହ ଗୋଷ୍ଠୀ ଶିକ୍ଷାଧିକାରୀ ସୁରେନ୍ଦ୍ର ନାଥ ଦାସ, ଚୈତନ୍ୟ କହଁର, ମନୋଜ କୁମାର ରଥ ପ୍ରମୁଖ ଉପସ୍ଥିତ ରହି ସାକ୍ଷରତା ସମ୍ବନ୍ଧରେ ବିଭିନ୍ନ ଦିଗକୁ ନେଇ ଆଲୋକପାତ କରିଥିଲେ ।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।