ଭୁବନେଶ୍ୱର : ୦୬/୧୨/୨୪
ପୂର୍ବତଟ ରେଳପଥ ପକ୍ଷରୁ ଆଜି ଏହାର ମୁଖ୍ୟାଳୟ ଭୁବନେଶ୍ୱର ସ୍ଥିତ ରେଳସଦନ ଠାରେ ଭାରତ ରତ୍ନ ବାବା ସାହେବ ଡ଼. ଭୀମରାଓ ରାମଜୀ ଆମ୍ବେଦକରଙ୍କର ମହାପରିନିର୍ବାଣ ଦିବସ ପାଳିତ ହୋଇଯାଇଅଛି | ରେଳପଥର ମହାପ୍ରବନ୍ଧକ ଶ୍ରୀ ପରମେଶ୍ୱର ଫୁଙ୍କୱାଲଙ୍କ ନେତୃତ୍ୱରେ ଅଧିକାରୀ ଓ କର୍ମଚାରୀମାନେ ସ୍ବର୍ଗତ ବାବା ସାହେବ ଡ଼. ବି.ଆର.ଆମ୍ବେଦକରଙ୍କୁ ପୁଷ୍ପମାଲ୍ୟ ପ୍ରଦାନକରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ |

ରେଳପଥର ପ୍ରମୁଖ କାର୍ମିକ ଅଧିକାରୀ ଶ୍ରୀ ସିଦ୍ଧାର୍ଥ କାଟି ଏବଂ ଉପ ମୁଖ୍ୟ କାର୍ମିକ ଅଧିକାରୀ ଶ୍ରୀ ସୁରେଶ କୁମାର ବେହେରା ଏହି କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ | ପୂର୍ବତଟ ରେଳପଥର ସମସ୍ତ ରେଳମଣ୍ଡଳ ଯଥା ଖୋର୍ଦ୍ଧା ରୋଡ଼, ସମ୍ବଲପୁର ଓ ୱାଲଟିୟର ଠାରେ ମଣ୍ଡଳ ରେଳବାଇ ପ୍ରବନ୍ଧକ ମାନଙ୍କ ନେତୃତ୍ୱରେ ଅଧିକାରୀ ଓ କର୍ମଚାରୀ ମାନେ ମହାପରିନିର୍ବାଣ ଦିବସ ପାଳନ କରିବା ଅବସରରେ ବାବା ସାହେବଙ୍କ ଫୋଟୋ ଚିତ୍ରରେ ପୁଷ୍ପ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି |
More Stories
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ପରିଦର୍ଶନ
ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍ୟ ଅଗ୍ରଗତି ଜାରି ରହିଛି |
ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ