February 23, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ନବ ଦାସ ହତ୍ୟାକାଣ୍ଡକୁ ନେଇ ଚାଞ୍ଚଲ୍ୟକର ଖୁଲାସା ।

ନବ ଦାସଙ୍କୁ ଏକାଧିକ ବନ୍ଧୁକରୁ ହୋଇଥିଲା ଗୁଳିମାଡ଼ । ଏଭଳି ବୟାନ ଦେଇଛନ୍ତି ଗୋପାଳଙ୍କ ଓକିଲ । ରାଜ୍ୟ ଫରେନସିକ ଲାବ୍ରୋଟୋରୀ ରିପୋର୍ଟରୁ ସାମ୍ନାକୁ ଆସିଛି ଚାଞ୍ଚଲ୍ୟକର ତଥ୍ୟ । ଏକାଧିକ ବନ୍ଧୁକରୁ ଗୁଳିମାଡ଼ ହୋଇଥିବା ରିପୋର୍ଟରେ ଉଲ୍ଲେଖ ହୋଇଛି । ଘଟଣା ଦିନ ସ୍ୱାସ୍ଥ୍ୟ ବିଭାଗ ଗାଡ଼ିକୁ ମଧ୍ୟ ୫ ରାଉଣ୍ଡ ଗୁଳି ହୋଇଥିଲା । ଗୋପାଳ ବନ୍ଧୁକର ୩ ଗୁଳିରୁ ଗୋଟିଏ ଖୋକା ଏଯାଏଁ ମିଳିନି । ଗୋପାଳ ବନ୍ଧୁକରୁ ଗୋଟିଏ ବ୍ଲାଙ୍କ ଫାୟାରିଂ, ଗୋଟିଏ ଅକାମୀ ହୋଇଥିଲା । ଅନ୍ୟ ଏକ ଗୁଳିର ଖୋକା ଏପର୍ଯ୍ୟନ୍ତ ମିଳିନାହିଁ । ରିପୋର୍ଟ ଅନୁୟାୟୀ ନବ ଦାସଙ୍କ ଗାଡ଼ି ଉପରେ ୩ଟି ଓ ପଛରେ ଆସୁଥିବା ସରକାରୀ ଗାଡ଼ି ଉପରକୁ ମଧ୍ୟ ୫ଟି ଗୁଳି ମାଡ଼ ହୋଇଥିଲା ।

ଗୋପାଳ ବ୍ୟତୀତ ହତ୍ୟାକାଣ୍ଡରେ ଆଉ କିଏ ସଂପୃକ୍ତ ତାକୁ ନେଇ ଉଠିଲା ପ୍ରଶ୍ନ । କ୍ରାଇମ୍‌ବ୍ରାଞ୍ଚ ପକ୍ଷରୁ ଦାଖଲ ହୋଇଥିବା ଫାଇନାଲ୍‌ ଫର୍ମରେ ଗୋପାଳ ଦାସ ନିକଟରୁ ୧୮ଟି ଗୁଳିଥିବା ଏକ ମାଗାଜିନ୍‌, ୩ଟି ଜୀବନ୍ତ ଗୁଳି ଜବତ କରାଯାଇଥିବା ନେଇ ଦର୍ଶାଯାଇଥିବା ବେଳେ ଘଟଣାସ୍ଥଳରୁ ଏକ ଖୋକା ଓ ଏକ ଅବ୍ୟବହୃତ ଅକାମୀ ଗୁଳି ଜବତ କରାଯାଇଥିଲା ବୋଲି ଲେଖାଯାଇଛି । ଏହାସହିତ ଗୋଟିଏ ଗୁଳି ସେ ଆକାଶରେ ଫୁଟାଇଥିବା ନେଇ ରିପୋର୍ଟରେ ଦର୍ଶାଯାଇଛି । ଅର୍ଥାତ୍‌ ଗୋପାଳ ବନ୍ଧୁକରେ ଥିବା ୬ଟି ଗୁଳିରୁ ୩ଟି ଜୀବନ୍ତ ଅବସ୍ଥାରେ ଜବତ ହୋଇଥିବା ବେଳେ ବଳକା ୩ଟିରୁ ଗୋଟିଏ ନବ ଦାସଙ୍କ ଛାତିରେ, ଗୋଟିଏ ଅକାମୀ ଓ ଗୋଟିଏ ଆକାଶକୁ ମରାଯାଇଥିଲା ।କିନ୍ତୁ ଏସ୍‌ଏଫ୍‌ଏସ୍‌ଏଲ୍‌ର ରିପୋର୍ଟରେ ଏକ ଭିନ୍ନ ଦୃଶ୍ୟ ବର୍ଣ୍ଣନା କରାଯାଇଛି । ତେବେ ଗୋପାଳଙ୍କ ଓକିଲଙ୍କ ଏହି ବୟାନ ପରେ ନବ ଦାସଙ୍କ ହତ୍ୟାଙ୍କୁ ନେଇ ସନେ୍ଦହ ସୃଷ୍ଟି ହୋଇଛି ।

ମୋ ଟିଭି ଓଡିଶା, ଭୁବନେଶ୍ୱର

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।