February 24, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଭାରତରେ ଚନ୍ଦ୍ରବାବୁ ନାଇଡ଼ୁ ହେଉଛନ୍ତି ସବୁଠୁ ଧନୀ ମୁଖ୍ୟମନ୍ତ୍ରୀ

ଭାରତରେ ଚନ୍ଦ୍ରବାବୁ ନାଇଡ଼ୁ ହେଉଛନ୍ତି ସବୁଠୁ ଧନୀ ମୁଖ୍ୟମନ୍ତ୍ରୀ  ଏବଂ ମମତା ବାନାର୍ଜୀ ହେଉଛନ୍ତି ଦେଶର ସବୁଠୁ ଗରିବ ମୁଖ୍ୟମନ୍ତ୍ରୀ । ଆସୋସିଏଶନ ଅଫ୍‌ ଡେମୋକ୍ରାଟିକ ରିଫର୍ମସ୍‌ ତଥା ଏଡିଆର୍‌ ରିପୋର୍ଟରେ ଏହି ତଥ୍ୟ ପ୍ରକାଶ ପାଇଛି । ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁଙ୍କର ୯୩୧ କୋଟି ଟଙ୍କାର ସମ୍ପତ୍ତି ରହିଛି। ସେହିପରି ମାତ୍ର ୧୫ ଲକ୍ଷ ଟଙ୍କାର ସମ୍ପତ୍ତି ସହ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଦେଶର ସବୁଠାରୁ ଗରିବ ମୁଖ୍ୟମନ୍ତ୍ରୀ ହୋଇଥିବା ନେଇ ନିର୍ବାଚନରେ ସଂସ୍କାର କ୍ଷେତ୍ରରେ କାର୍ୟ୍ୟରତ ସଙ୍ଗଠନ ଆସୋସିଏଶନ ଅଫ୍‌ ଡେମୋକ୍ରାଟିକ ରିଫର୍ମସ୍‌(ଏଡିଆର୍‌) ପକ୍ଷରୁ ଏକ ରିପୋର୍ଟ ପ୍ରକାଶ ପାଇଛି।

ସମ୍ପ୍ରତି ଭାରତର ୩୧ ମୁଖ୍ୟମନ୍ତ୍ରୀଙ୍କ ସମୁଦାୟ ସମ୍ପତ୍ତି ୧,୬୩୦ କୋଟି ହୋଇଥିବା ଏହି ରିପୋର୍ଟ କହିଛି। ଭାରତରେ ଜଣେ ମୁଖ୍ୟମନ୍ତ୍ରୀଙ୍କ ହାରାହାରି ଆୟ ଦେଶର ମୁଣ୍ଡପିଛା ଆୟର ୭.୩ ଗୁଣା ରହିଛି। ୩୩୨ କୋଟିର ସମ୍ପତ୍ତି ସହ ଅରୁଣାଚଳ ପ୍ରଦେଶର ମୁଖ୍ୟମନ୍ତ୍ରୀ ପେମା ଖାଣ୍ଡୁ ହେଉଛନ୍ତି ଦେଶର ଦ୍ୱିତୀୟ ସବୁଠୁ ଧନୀ ମୁଖ୍ୟମନ୍ତ୍ରୀ। ସେହିପରି ୫୧ କୋଟିର ସମ୍ପତ୍ତି ସହ କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ସିଦ୍ଦରମୈୟା ଧନୀ ମୁଖ୍ୟମନ୍ତ୍ରୀଙ୍କ ତାଲିକାରେ ତୃତୀୟ ସ୍ଥାନରେ ରହିଛନ୍ତି। ଅନ୍ୟପକ୍ଷରେ, ୫୫ ଲକ୍ଷର ସମ୍ପତ୍ତି ସହ ଜମ୍ମୁ-କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଦେଶର ଦ୍ୱିତୀୟ ସବୁଠୁ ଗରିବ ମୁଖ୍ୟମନ୍ତ୍ରୀ ହୋଇଥିବାବେଳେ ୧.୧୮ କୋଟିର ସମ୍ପତ୍ତି ସହ କେରଳ ମୁଖ୍ୟମନ୍ତ୍ରୀ ପିନାରାୟୀ ବିଜୟନ ଗରିବ ମୁଖ୍ୟମନ୍ତ୍ରୀଙ୍କ ତାଲିକାରେ ତୃତୀୟ ସ୍ଥାନରେ ରହିଛନ୍ତି।


ଦେଶର ୧୩ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଆପରାଧିକ ମାମଲା ରହିଛି। ସେଥିମଧ୍ୟରୁ ୧୦ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ହତ୍ୟା ଉଦ୍ୟମ, ଅପହରଣ, ଆପରାଧିକ ଧମକ ଏବଂ ଲାଞ୍ଚ ଆଦି ଗମ୍ଭୀର ଆପରାଧିକ ମାମଲା ରହିଥିବା ଏଡିଆର୍‌ ରିପୋର୍ଟରେ ପ୍ରକାଶ କରାଯାଇଛି ।

ବ୍ୟୁରୋ ରିପୋର୍ଟ : ମୋ ଟିଭି ଓଡିଶା

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।